ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତାର ନୂଆ ପାହାଚରେ ପାଦ ରଖିବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ଅସହାୟଙ୍କୁ ସହାୟତା କରିବେ। ପ୍ରେମିକାଙ୍କୁ ଉପହାର ଦେଇପାରନ୍ତି। ଛାତ୍ରଙ୍କୁ କୌଣସି ମିତ୍ରଙ୍କ ଠାରୁ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

 

ବୃଷ: ସ୍ୱଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ। ଧାର୍ମିକ କାର୍ଯ୍ୟକ୍ରମରେ ଖର୍ଚ୍ଚ କରିପାରନ୍ତି। ଆପଣଙ୍କୁ କିଛି ଶୁଭ ଖବର ମିଳିପାରେ। ପରିବାର ସହିତ ବୁଲି ଯିବାର ଅବସର ମିଳିବ। ପ୍ରେମ ସଂପର୍କ ନିବିଡ଼ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଅମ୍ବିକା।

 


ମିଥୁନ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ବନ୍ଧୁଙ୍କ ମାଧ୍ୟମରେ କୌଣସି ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟ ପୂରା ହେବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ। ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସୁରେଶ୍ୱରୀ।

 

କର୍କଟ: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ। ନିକଟ ସଂପର୍କୀୟଙ୍କ ମାଧ୍ୟମରେ ଫାଇଦା ହେବ। ସାମାଜିକ କାର୍ଯ୍ୟରେ ସହଯୋଗ କରିବେ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

 


ସିଂହ: ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। କାର୍ଯ୍ୟ କ୍ଷେତ୍ରରେ କାହାରିକୁ ବନ୍ଧୁଭାବେ ଗ୍ରହଣ କରିବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ସାମାଜିକ ଆୟୋଜନରେ ସହଯୋଗ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ସତ୍ୟନାରାୟଣ।

 

କନ୍ୟା: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ। ଚାକିରି ଅନେ୍ଵଷଣରେ ଥିବା ବ୍ୟକ୍ତିଙ୍କର ମନୋକାମନା ପୂରା ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

ତୁଳା: ଆଜି ଆପଣ ହାସ୍ୟକୌତୁକ ମନୋଭାବରେ ରହିବେ। ବନ୍ଧୁଙ୍କ ସହିତ ସମୟ କଟିବ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଭଲ ଖବର ପାଇବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ପାଟଣେଶ୍ୱରୀ।

 


ବିଛା: ଆଗକୁ ବଢ଼ିବାର ଦିନଟିଏ। ସବୁ କାମ ଆପଣଙ୍କ ମନମୁତାବକ ହେବ। ସାମାଜିକ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ପ୍ରତିଷ୍ଠା ବଢ଼ିବ। ଜୀବନସାଥୀଙ୍କ ସହିତ ଲାଗି ରହିଥିବା ମନୋମାଳିନ୍ୟ ଦୂର ହେବ। ଶୁଭରଙ୍ଗ: ମେରୁନ। ଆରାଧନା: ବାବା ଗୁପ୍ତେଶ୍ୱର।

 


ଧନୁ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। କର୍ତ୍ତୃପକ୍ଷ ଆପଣଙ୍କ କାମକୁ ପ୍ରଶଂସା କରିବେ। ବ୍ୟବସାୟରେ ନୂଆ ପ୍ରସ୍ତାବ ଓ ପ୍ରକଳ୍ପ ମିଳିବ। ଜୀବନସାଥୀଙ୍କ ଠାରୁ ଖୁବ୍‌ ସୁନ୍ଦର ଉପହାର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ମକର: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ଅଫିସ ଓ ବ୍ୟାବସାୟିକ କାମରେ ଯାତ୍ରାରେ ଯାଇପାରନ୍ତି। ପ୍ରଫେସରଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ହର ପାର୍ବତୀ।

 


କୁମ୍ଭ: ଆଜି ଆପଣ ଟିକେ ସତର୍କ ରହିବାର ଆବଶ୍ୟକତା ରହିଛି। ଅଫିସରେ କୌଣସି କଥାକୁ ନେଇ କର୍ତ୍ତୃପକ୍ଷଙ୍କ ସହିତ ମତଭେଦ ହୋଇପାରେ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ତାରିଣୀ।

ମୀନ: ଦିନଟି ବଢ଼ିଆ ରହିବ। ଆୟ ବୃଦ୍ଧିର ସୁଯୋଗ ଆସିବ। ଆପଣଙ୍କ ପ୍ରତିଭାରେ ଅନ୍ୟମାନଙ୍କୁ ପ୍ରେରଣା ମିଳିବ। ରାଜନୀତିରେ ସୀମା ବଢ଼ାଇବେ। ମହିଳାଙ୍କୁ ଆଜି ଘର କାମରେ ପତିଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ସମ୍ବନ୍ଧିତ ଖବର