ଜାଣନ୍ତୁ ଆଜିର ରାଶିଫଳ

ମେଷ: ଜୀବନ ଲାଗି ସଫଳତାର ଦିନଟିଏ। ଭାବିଥିବା କାମ ପୂରା ହେବ। ଏହା ଦ୍ଵାରା ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ହେବ। ପ୍ରେମିକାଙ୍କୁ କିଛି ଉପହାର ଦେଇପାରନ୍ତି। ପ୍ରତିଯୋଗିତାରେ ଖୁବ୍‌ ଭଲ କରିବେ। ଶୁଭରଙ୍ଗ:ଧଳା। ଆରାଧନା: ମାଆ ସୁରେଶ୍ୱରୀ।

 

ବୃଷ: ଆପଣଙ୍କର ଆତ୍ମବିଶ୍ୱାସ ବଢ଼ିବ। ପୁଞି ବଜାରରେ ଅର୍ଥ ନିବେଶ କରନ୍ତୁ, ଭବିଷ୍ୟତରେ ଯଥେଷ୍ଟ ଲାଭ ପାଇବେ। ପରିବାରରେ ସୁଖ ଶାନ୍ତି ରହିବ। ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବିରଜା।

 


ମିଥୁନ: ଦିନଟି ଆପଣଙ୍କ ଲାଗି ଲାଭପ୍ରଦ ରହିବ। ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଖାଦ୍ୟଶସ୍ୟ ବ୍ୟବସାୟୀମାନେ ବଡ଼ ଡ଼ିଲ୍‌ କରିପାରନ୍ତି। ପରିବାରରେ ଅଶାନ୍ତି ଦୂର ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ଶ୍ରୀଗଣେଶ।

 


କର୍କଟ: ଈଷ୍ଟଦେବ କୃପାଦୃଷ୍ଟି ଆପଣଙ୍କ ଉପରେ ରହିଛି। ପ୍ରତିଷ୍ଠା ପ୍ରସିଦ୍ଧି ପ୍ରାପ୍ତ କରିବେ। ଅଫିସରେ ଅନୁକୂଳ ବାତାବରଣ ରହିବ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

ସିଂହ: ଆପଣଙ୍କ ପରାକ୍ରମ ଓ ପୁରୁଷାର୍ଥ ବଢ଼ିବ। ବ୍ୟବସାୟରେ ବଡ଼ ସଉଦା ଲାଗି ସ୍ୱାକ୍ଷର କରିବେ। ଅଫିସରେ ପ୍ରମୋଶନର ସୁଯୋଗ ରହିଛି। ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ଆପଣଙ୍କ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଅମ୍ବିକା।

 


କନ୍ୟା: ଆଜି ଆପଣ ଊର୍ଜବାନ ରହିବେ। ବ୍ୟବସାୟର ଅଂଶୀଦାର ସହିତ ଜରୁରୀ ଆଲୋଚନା କରିବେ। କୌଣସି ଦୁଃସାହସିକ ପଦକ୍ଷେପ ନେବାରେ ନିବୃତ୍ତ ରହନ୍ତୁ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀମାତା।

 

ତୁଳା: କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ। କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ସଉଦା କରିବେ। ପରିବାର ସହିତ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ସମଲେଶ୍ୱରୀ।

 

 

ବିଛା: ଅର୍ଥଲାଭ ପାଇଁ ଶୁଭ ଦିନଟିଏ। ବିଶେଷ ଯାତ୍ରାରେ ଯିବେ। ଭାବିଥିବା କାମ ଅଚାନକ ପୂରା ହୋଇଯିବ। ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ। ଆଗକୁ ବଢ଼ିବା ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କିଚକେଶ୍ୱରୀ।

 


ଧନୁ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ବେପାରରେ ଅଚାନକ ଫାଇଦା ହେବ। ଜୀବନସାଥୀଙ୍କ ସମ୍ବନ୍ଧ ମଧୁର ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ଶ୍ରୀକୃଷ୍ଣ।

 


ମକର: ପୂଜାପାଠରେ ଅଧିକ ସମୟ ଦେବେ। ମନ ଅଶାନ୍ତି ମୁକ୍ତ ରହିବ। ବିଦେଶରେ କାରବାର ସ୍ଥାପିତ କରିବା ପାଇଁ ରାସ୍ତା ଉନ୍ମୁକ୍ତ ହେବ। ପଇସା ନେଣେଦେଣେରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ କଟକଚଣ୍ଡୀ।

 


କୁମ୍ଭ: ଆପଣ ନିଜ ଉପରେ ଭରସା ରଖି କାମ କରନ୍ତୁ। ଇଚ୍ଛା ପୂରା କରିବାର ପ୍ରୟାସ ସଫଳ ହେବ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଛାତ୍ରଙ୍କୁ କ୍ୟାରିୟର ଗଢ଼ିବା ଲାଗି ଅନୁଭବୀଙ୍କ ପରାମର୍ଶ ମିଳିବ। ଶୁଭରଙ୍ଗ: ଆକାଶିନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ

 

ମୀନ: ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ବଡ଼ ପଦ ମିଳିପାରେ। ଜୀବନସାଥୀଙ୍କୁ ସୁନ୍ଦର ଉପହାର ଦେବେ। ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କିଚକେଶ୍ୱରୀ।

ସମ୍ବନ୍ଧିତ ଖବର