ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ପର୍ଯ୍ୟାପ୍ତ ଧନ ମିଳିବାର ଯୋଗ ରହିଛି। ଅଫିସରେ ମନଯୋଗ ସହକାରେ କାମ ପୂରା କରିବେ। ଜୀବନସାଥୀଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

 


ବୃଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଭାବିଥିବା କାମ ବିନା ବାଧାବିଘ୍ନରେ ସ˚ପନ୍ନ ହେବ। ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ସ˚ପତ୍ତି ବିବାଦର ସମାଧାନ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

 

ମିଥୁନ: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସ୍‌ର କୌଣସି କାମରେ ବିଦେଶ ଯାଇପାରନ୍ତି। କାହାରିକୁ ବନ୍ଧୁ ଭାବେ ଗ୍ରହଣ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ତାରିଣୀ।

 

କର୍କଟ: ଶିକ୍ଷକ ଓ ପୂଜକଙ୍କ ଲାଗି ଦିନଟି ଭଲ। ନୂଆ ଜମି କିମ୍ବା ଘର କିଣିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଚାକିରିରେ ପଦୋନ୍ନତି ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ। ରାଜନୀତିରେ ସୀମା ବଢ଼ାଇବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 

ସି˚ହ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଆପଣଙ୍କ ପ୍ରତିଭା ଅନୁସାରେ ଯଥେଷ୍ଟ ସଫଳତା ପାଇବେ। ପଡେ଼ାଶୀଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯାଇପାରନ୍ତି। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ହର ପାର୍ବତୀ।

 

କନ୍ୟା: ଦିନଟି ଆପଣଙ୍କୁ ସୁଖ ଓ ସୌଭାଗ୍ୟ ପ୍ରଦାନ କରିବ। କାର୍ଯ୍ୟ କ୍ଷେତ୍ରରେ କିଛି ନୂଆ ଆରମ୍ଭ କରନ୍ତୁ, ଧୀରେ ଧୀରେ ଆଗକୁ ବଢ଼ିବେ। ନିକଟ ସ˚ପର୍କୀୟଙ୍କ ଦ୍ବାରା ଫାଇଦା ହେବ। ଜୀବନସାଥୀଙ୍କୁ ମନର କଥା କହିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

 

ତୁଳା: ଯିବାକୁ ଥିବା ଯାତ୍ରା ଲାଭଦାୟକ ହେବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ବ୍ୟବସାୟରେ ନୂଆ ଅବସର ମିଳିବ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ସୁରେଶ୍ବରୀ।

 

 

ବିଛା: ଯେଉଁ କାମ ହାତକୁ ନେବେ ତାହାକୁ ପୂରା କରି ବିଶ୍ରାମ ନିଅନ୍ତୁ। ଗୋପନୀୟ ସ˚ବାଦ ପ୍ରକାଶ କରନ୍ତୁ ନାହିିଁ। କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ। ବ୍ୟବସାୟରେ ସଫଳତା ପାଇଁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଦୁର୍ଗା।

 


ଧନୁ: ଧାର୍ମିକ ଭାବନାରେ ସମୟ ବିତିବ। ବ୍ୟବସାୟ ସମ୍ବନ୍ଧରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ। ରାଜନୀତି କରୁଥିବା ନେତାଙ୍କ ଲାଗି ଦିନଟି ଭଲ ରହିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ମକର: ବ୍ୟବସାୟରେ ନୂଆ ଅନୁବନ୍ଧ ହେବ। ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ସ˚ପର୍କ ମଜଭୁତ ହେବ। ଲେଖକଙ୍କୁ ଆଜି ପୁରସ୍କାର ମିଳିପାରେ। ଅଫିସରେ ଅଧିକାରୀବର୍ଗଙ୍କ ସହଯୋଗ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

 


କୁମ୍ଭ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଚତୁରତାର ସହ ତାଳ ଓ ଲୟ ବଜାୟ ରଖନ୍ତୁ; ଲାଭ ହେବ। କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ମିଳିବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ହର ପାର୍ବତୀ।

 

ମୀନ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇବେ। ଅନୁଗତଙ୍କ ପ୍ରତି ସାବଧାନ ରହନ୍ତୁ। କୌଣସି ମହିଳାଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ସମ୍ବନ୍ଧିତ ଖବର