ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

 

ବୃଷ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ବିରଜା।

 


ମିଥୁନ: ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବୁଢ଼ୀଠାକୁରାଣୀ।


କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।


ସି˚ହ: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

କନ୍ୟା: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ପ୍ରଭୁ ଶ୍ରୀ ଜଗନ୍ନାଥ।

ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଭଦ୍ରକାଳୀ।

 

ବିଛା: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

 

ଧନୁ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ବିରଜା।

 

ମକର: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

କୁମ୍ଭ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ସନ୍ତୋଷୀ ମାତା।

 

ମୀନ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସମ୍ବନ୍ଧିତ ଖବର