ଜାଣନ୍ତୁ ଆଜିର ରାଶିଫଳ

ମେଷ: ପରିବାରର ସ୍ନେହ ଓ ଜୀବନସାଥୀଙ୍କଠାରୁ ଖୁସି ପାଇବେ। ଘରକୁ ସଜାଇ ନୂତନତ୍ବ ଆଣିବେ। କୌଣସି ନୂଆ କାମ ପାଇଁ ବିଦେଶ ଯାତ୍ରା କରିପାରନ୍ତି। କ୍ରିକେଟ୍ ଖେଳାଳିଙ୍କ ପ୍ରଦର୍ଶନ ବଢ଼ିଆ ରହିବ। ପ୍ରେମରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

ବୃଷ: ଆପଣଙ୍କ ଭାବନା ଯଥେଷ୍ଟ ସକାରାତ୍ମକ ରହିବ। ବଜାରକୁ ଯିବା ବାଟରେ ମିତ୍ରଙ୍କ ସହିତ ଭେଟ ହେବ। କୌଣସି ମାମଲାରେ ବଡ଼ ନିର୍ଣ୍ଣୟ ନେବେ। ଡାକ୍ତରଙ୍କ ଖ୍ୟାତି ସୁଦୂରପ୍ରସାରୀ ହେବ। ଘରର ମାହୋଲ୍‌ ଭଲ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଭୈରବୀ।


ମିଥୁନ: ଆପଣଙ୍କ ଦିମାକରେ କୌଣସି ନୂଆ ବିଚାର ଘୂରି ବୁଲିବ। ଆପଣଙ୍କ ସଂସ୍ପର୍ଶରେ ଆସୁଥିବା ଲୋକେ ଆପଣଙ୍କ ପ୍ରତିଭାରେ ପ୍ରଭାବିତ ହେବେ। ଆଇନକାନୁନ ମାମଲାର ସମାଧାନ ହୋଇପାରେ। ପରିବାର ଲୋକଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ କାଳୀଜାଈ।

କର୍କଟ: ଆତ୍ମ ଚିନ୍ତନରେ ଅଧିକ ସମୟ କଟିବ। ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବ୍ୟବସାୟ ସମ୍ବନ୍ଧରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ତାରିଣୀ।

ସି˚ହ: ଦିନଟି ଆପଣଙ୍କ ଲାଗି ବିଶେଷ ଫଳଦାୟୀ। ଲାଗିରହିଥିବା ବିବାଦର ସମାଧାନ ହେବ। ଅଫିସରେ ନୂଆ ପରିଯୋଜନାରେ କାମ କରିପାରନ୍ତି। ସାମାଜିକ କାର୍ଯ୍ୟରେ ରୁଚି ନେଇପାରନ୍ତି। ବୈବାହିକ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।


କନ୍ୟା: ଦିନଟିର ଆରମ୍ଭ ଖୁସିର ସହିତ ହେବ। କ୍ୟାରିୟର ସହିତ ସ˚ଲଗ୍ନ ନୂଆ ସୁଯୋଗ ମିଳିପାରେ। ସମାଜରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ। ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

ତୁଳା: ଆପଣ ସୁନ୍ଦର କଳ୍ପନାରେ ବିଭୋର ରହିବେ। ଯାତ୍ରାରେ ଯାଆନ୍ତୁ, ଧନଲାଭ ହେବ। ଅଫିସରେ ନୂଆ ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ଭ୍ରମଣ ସୁଖ ରହିଛି। ମହତ୍ତ୍ବପୂର୍ଣ୍ଣ ବ୍ୟାପାରରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ଶ୍ରୀକୃଷ୍ଣ।

ବିଛା: ଦିନଟି ଆପଣଙ୍କ ଲାଗି ଲାଭପ୍ରଦ ରହିବ। ମନ ମୁତାବକ ସବୁ କାମ ପୂରା ହେବ। ବିଭିନ୍ନ ଲୋକଙ୍କ ସହିତ ମିଶିବେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ପ୍ରେମିକା ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ତାରିଣୀ।


ଧନୁ: ଦିନଟି ଉତ୍ସାହବର୍ଦ୍ଧକ ରହିବ। ଛୋଟିଆ ନିଷ୍ପତ୍ତିରୁ ବଡ଼ ଫାଇଦା ହେବ। ଉଚ୍ଚଅଧିକାରୀଙ୍କ ସମ୍ମୁଖରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ। ସିନେ କଳାକାରଙ୍କୁ ଫିଲ୍ମ ବା କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବିରଜା।

ମକର: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଆପଣଙ୍କୁ କାମ ଓ ପରିଶ୍ରମର ପୂରା ଫାଇଦା ମିଳିବ। ରାଜନୀତି କ୍ଷେତ୍ର‌େର ଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଶୁଭ। ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବା ଲାଗି ଦିନଟି ଭଲ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ଆଜି ଆପଣ ଊର୍ଜାବାନ ରହିବେ। ଯୋଜନା ପ୍ରସ୍ତୁତ କରିବେ ଏବ˚ ଯୋଜନା କ୍ରିୟାନ୍ବିତ କରିବାର ମନୋଭାବରେ ରହିବେ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

ମୀନ: ବୈବାହିକ ଜୀବନରେ କିଛି କଥାକୁ ନେଇ ମତଭେଦ ହୋଇପାରେ। ମାନସିକ ଶାନ୍ତି ପ୍ରାପ୍ତ ଲାଗି ଆଧୢାତ୍ମିକତା ବୃଦ୍ଧି କରିପାରନ୍ତି। କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶି ପାରନ୍ତି। ଆୟ ତୁଳନାରେ ଖର୍ଚ୍ଚ ଅଧିକ ହେବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର