ଜାଣନ୍ତୁ ଆଜିର ରାଶିଫଳ

ମେଷ: ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଆପଣଙ୍କୁ ପାରିବାରିକ ଦାୟିତ୍ବ ଅର୍ପଣ କରାଯାଇପାରେ। କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶି ପାରନ୍ତି। ଶୁଭରଙ୍ଗ: ଲାଲ। ଆରାଧନା: ସୂର୍ଯ୍ୟଦେବ।

ବୃଷ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। କ୍ୟାରିୟର ସମ୍ବନ୍ଧୀୟ ନୂଆ ଅବସର ମିଳିବ। ସାମାଜିକ ସମାରୋହରେ ସହଭାଗିତା କରିବାର ସୁଯୋଗ ମିଳିବ। ଅଚାନକ ଧନପ୍ରାପ୍ତି ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

ମିଥୁନ: ଆପଣଙ୍କ ମହତ୍ତ୍ବାକାଂକ୍ଷାକୁ ବଳ ମିଳିବ। ଆପଣଙ୍କ ଲକ୍ଷ୍ୟ ପୂରା କରିବା ଦିଶାରେ କାମ କରିବେ। ଅଫିସରେ ଆପଣଙ୍କୁ ସମ୍ମାନିତ କରାଯାଇପାରେ। ବ୍ୟବସାୟରେ ଧନଲାଭ ହେବ। ସନ୍ତାନଙ୍କ ଠାରୁ ସୁଖ ମିଳିବ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

କର୍କଟ: ମନରେ ଧାର୍ମିକ ଭାବନା ଉଦୟ ହେବ। ବାପାମାଆଙ୍କ ସେବା କରନ୍ତୁ; ଭଲ ଫଳ ପାଇବେ। ଆଇନକାନୁନ ମାମଲାର ସମାଧାନ ହେବାର ସମ୍ଭାବନା ରହିଛି। ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିପାରେ। ହକି ଖେଳାଳିମାନେ ବଢ଼ିଆ ପ୍ରଦର୍ଶନ କରିବେ। ଶୁଭରଙ୍ଗ: ଗୋଲାପି। ଆରାଧନା: ହର ପାର୍ବତୀ।

ସି˚ହ: ଆପଣ ନିଜର ଇଚ୍ଛା ପୂରା କରିବା‌କୁ ଚେଷ୍ଟା କରିବେ। ଧନର ଆଗମନ ହେବ। ଗୁରୁତ୍ବପୂର୍ଣ୍ଣ ଆଲୋଚନା‌େର ଯୋଗଦେବା ପାଇଁ ସୁଯୋଗ ପାଇବେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଛାତ୍ରଙ୍କୁ ପରିଶ୍ରମର ଯଥେଷ୍ଟ ସୁଫଳ ମିଳିବ। ଶୁଭରଙ୍ଗ:‌ ଧୂସର। ଆରାଧନା: ମହାଲକ୍ଷ୍ମୀ।


କନ୍ୟା: ଆପଣଙ୍କ ଊର୍ଜାର ସ୍ତର ବଢ଼ିବ। ଫୋନରେ ନିକଟ ସ˚ପର୍କୀୟଙ୍କ ସହିତ ଲମ୍ବା ସମୟ ଧରି କଥାବାର୍ତ୍ତା ହେବେ। ସାମାଜିକ କାର୍ଯ୍ୟରେ ରୁଚି ନେଇ ପାରନ୍ତି। ବ୍ୟବସାୟ ବୃଦ୍ଧି ଲାଗି ଉପାୟ ଫଳପ୍ରଦ ହେବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଶତ୍ରୁଙ୍କ ଉପରେ ବିଜୟ ହାସଲ କରିବେ। ସାମାଜିକ କାର୍ଯ୍ୟରେ ସକ୍ରିୟତା ବଢ଼ିବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ପ୍ରେମର ଆବେଦନ ଲାଗି ଶୁଭ ସମୟ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଗାୟତ୍ରୀ।

ବିଛା: ଦିନଟି ସକାରାତ୍ମକ ଭରା ରହିବ। ବ୍ୟବସାୟର ସଉଦା ପାଇଁ ଅନ୍ୟ ରାଜ୍ୟକୁ ଯାତ୍ରାରେ ଯିବେ। ଆପଣଙ୍କ ଚେଷ୍ଟା ସଫଳ ହେବ। ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ହକି ଖେଳାଳିମାନେ ପ୍ରଦର୍ଶନ ଭଲ କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଦୁର୍ଗା।

ଧନୁ: ବ୍ୟବସାୟୀଙ୍କ ଲାଗି ଦିନଟି ସାମାନ୍ୟ ରହିବ। ଆଜି ନୂଆ ଲୋକଙ୍କ ସହିତ ପରିଚୟ ହେବ। କ˚ପ୍ୟୁଟର ଇ˚ଜିନିୟରଙ୍କୁ ବଡ଼ କ˚ପାନିରେ ଚାକିରିର ପ୍ରସ୍ତାବ ମିଳିବ। ଆଜି କିଛି ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ମକର: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ସୁଯୋଗ ମିଳିବ। ଆଇନକାନୁନ ମାମଲାର ସମାଧାନ ହୋଇଯିବ। ଅଫିସରେ କୌଣସି ନୂଆ ପରିଯୋଜନା ମିଳିପାରେ। ବୈବାହିକ ଜୀବନ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କୁମ୍ଭ: ଆପଣଙ୍କ ବ୍ୟବହାରରେ ଅନ୍ୟର ହୃଦୟ ଜିଣିନେବେ। କୌଣସି କାମରୁ ଆଜି ବଡ଼ ଫାଇଦା ହେବ। କଳା ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିମାନଙ୍କର ସିଦ୍ଧି ପ୍ରାପ୍ତ ହେବ। ପ୍ରେମରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ସନ୍ତୋଷୀ ମାତା।

ମୀନ: ଭାଗ୍ୟର ସହଯୋଗ ପାଇବେ। ମନ ମୁତାବକ ଫଳ ମିଳିବା ହେତୁ ଖୁସି ରହିବେ। ପ୍ରଫେସରଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

ସମ୍ବନ୍ଧିତ ଖବର