ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଯାହା ବି କାମ କରିବେ ବାଧାର ସମ୍ମୁଖୀନ ହେବେ ନାହିଁ। ସାମାଜିକ କ୍ଷେତ୍ରରେ ଯଶ ବଢ଼ିବ। ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ। ଛାତ୍ରମାନେ ଲେଖାପଢ଼ାରେ ଏକାଗ୍ରତା ରଖନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ବୃଷ: ପ୍ରଭୁଙ୍କ ସ୍ମରଣରେ ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। ଅଫିସରେ ଆପଣଙ୍କ କାମକୁ ଠିକ୍‌ ଦିଶା ଦେବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ଦୀର୍ଘ ଦିନର ଚିନ୍ତା ଦୂର ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ କୀଚକେଶ୍ବରୀ।


ମିଥୁନ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବୟୋଜ୍ୟେଷ୍ଠଙ୍କ ରାୟ ଗ୍ରହଣ କରନ୍ତୁ, ଭଲ ହେବ। ଅଫିସରେ କୌଣସି କାମକୁ ତରବରିଆ ଭାବେ କରନ୍ତୁ ନାହିଁ। ଅଚାନକ ଧନଲାଭ ହେବ। ପ୍ରେମ ସମ୍ବନ୍ଧରେ ମନୋକାମନା ପୂରା ହେବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଶାରଳା।

କର୍କଟ: ଦିନଟି ଆପଣଙ୍କ ପାଇଁ ହର୍ଷ ଉଲ୍ଲାସ ଭରା ରହିବ। କୌଣସି ନୂଆ କାମ କରନ୍ତୁ; ସଫଳତା ମିଳିବ। ଜମି ଦଲାଲଙ୍କ ପାଇଁ ଦିନଟି ଶୁଭ ରହିବ। ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇବେ। ଜୀବନସାଥୀଙ୍କଠାରୁ ସୁନ୍ଦର ଉପହାର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

ସି˚ହ: ଜୀବନକୁ ସକାରାତ୍ମକ ବନାନ୍ତୁ। ଯେଉଁ କାମ ହାତକୁ ନେବେ ସ˚ପୂର୍ଣ୍ଣ କରି ବିଶ୍ରାମ ନିଅନ୍ତୁ। ଜୀବନସାଥୀଙ୍କ ସହିତ କଥାବାର୍ତ୍ତା ବେଳେ ସ˚ଯମ ରଖନ୍ତୁ। ବିଶେଷ ଯାତ୍ରାରେ ଯାଇପାରନ୍ତି। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

 

କନ୍ୟା: କାମ କରିବା ଗତିରେ ଯଥେଷ୍ଟ ଉତ୍ସାହ ରହିବ। ବ୍ୟବସାୟରେ ଯଥେଷ୍ଟ ଆମଦାନି ହେବ। କଳା ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଭଲ ପ୍ରଦର୍ଶନ କରିବେ। ପ୍ରେମରେ ସଫଳତା ମିଳିବ। ଛାତ୍ରୀମାନେ ଲେଖାପଢ଼ାରେ ଅଧିକ ମନଯୋଗ ଦେବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ସରସ୍ବତୀ।

ତୁଳା: ଆଜି ଆପଣ ଯଥେଷ୍ଟ କାମ ପୂରା କରିବେ। ରାଜନୀତିରେ ଉଚ୍ଚପଦକୁ ମନୋନୀତ ହୋଇପାରନ୍ତି। ଚାକିରି ଅନ୍ବେଷଣରେ ଥିବା ବ୍ୟକ୍ତି ଚାକିରି ପାଇଯିବେ। ଜୀବନସାଥୀଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ। ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ପାଟଣେଶ୍ବରୀ।

 


ବିଛା: କ୍ୟାରିୟର ପାଇଁ ସୁବର୍ଣ୍ଣ ସୁଯୋଗ। ଦୀର୍ଘ ଦିନର ମନସ୍କାମନା ପୂରଣ ହେବ। ଗଣମାଧୢମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ସମ୍ମାନିତ ହୋଇପାରନ୍ତି। ସାହିତ୍ୟ ଆଦିରେ ରୁଚି ରହିବ। ପ୍ରିୟତମଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ଧନୁ: ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ। ଅଚାନକ ଧନପ୍ରାପ୍ତିର ଯୋଗ ରହିଛି। ମହିଳାମାନେ ପରିଧାନ ଓ ଗହଣା କିଣିବା ପାଇଁ ଉତ୍ସୁକ ହେବେ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

 

ମକର: ଆପଣଙ୍କ ଶୌର୍ଯ୍ୟକୁ ବଳ ମିଳିବ। ଗୋଟିଏ ଦିଗରେ ପ୍ରୟାସ କରନ୍ତୁ ଯଥେଷ୍ଟ ସଫଳତା ପାଇବେ। ଧନ ସମ୍ବନ୍ଧିତ ପୁରୁଣା ସମସ୍ୟାର ସମାଧାନ ହେବ। ଠିକାଦାରୀ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଲାଭ ହେବ। ବୈବାହିକ ସଂପର୍କ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ସକାରାତ୍ମକ ଭାବନାରେ ରହନ୍ତୁ, କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ। ବୈଦେଶିକ ବେପାର ସମ୍ବନ୍ଧିତ ଭଲ ଖବର ପାଇବେ। ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ସମଲେଶ୍ବରୀ।

ମୀନ: ଖୁସ୍‌ ମିଜାଜ‌େର ରହିବେ। ବନ୍ଧୁ ଓ ସ˚ପର୍କୀୟଙ୍କ ସହିତ ଥଟ୍ଟା ମଜା କରିବେ। ବୈଦେଶିକ ବେପାର ସମ୍ବନ୍ଧିତ ଭଲ ଖବର ପାଇବେ। ବଢ଼ିଆ ଚାକିରିର ସୁଯୋଗ ଆସିପାରେ। ଭାଇଭଉଣୀଙ୍କ ସହିତ କୌଣସି ସ୍ଥାନକୁ ଯାତ୍ରାରେ ଯିବେ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ସମଲେଶ୍ବରୀ।

ସମ୍ବନ୍ଧିତ ଖବର