ଜାଣନ୍ତୁ ଆଜିର ରାଶିଫଳ

0 1,728

ମେଷ: ଆପଣଙ୍କର ମନୋଭାବ ହାସ୍ୟୋଦ୍ଦୀପକ ରହିବ। ବନ୍ଧୁମାନଙ୍କ ସହିତ ସମୟ କଟିବ। ଚାକିରିଆଙ୍କୁ ସହକର୍ମୀଙ୍କ ସହଯୋଗ ମିଳିବ। ସାକ୍ଷାତକାରରେ ସଫଳତା ପାଇବେ। ବିବାହିତାଙ୍କୁ ପାରିବାରିକ ସୁଖ ମିଳିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ପାଟଣେଶ୍ୱରୀ।

 

ବୃଷ: ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟରେ ସଫଳତା ମିଳିବା ହେତୁ ମନ ଖୁସି ରହିବ। ଚାକିରିଆଙ୍କ ପାଇଁ ସମୟ ଠିକ୍‌ ରହିବ। ରାଜନୀତିରେ ଲାଭ ପାଇବେ। ଜୀବନସାଥୀଙ୍କ ସହିତ କୌଣସି କଥାକୁ ନେଇ ମତଭେଦ ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ହନୁମାନ।

 


ମିଥୁନ: ଆତ୍ମବିଶ୍ୱାସର ସହିତ କାମ କରନ୍ତୁ ସଫଳତା ନିଶ୍ଚୟ ମିଳିବ। କାର୍ଯ୍ୟକ୍ଷେତ୍ରରେ ଅଧିକାରୀବର୍ଗ ଆପଣଙ୍କ ପକ୍ଷରେ ରହିବେ। ପଇସା ସମ୍ବନ୍ଧିତ କୌଣସି ବଡ଼ ମାମଲାର ସମାଧାନ ହୋଇଯିବ। ଓକିଲଙ୍କ ପାଇଁ ଦିନଟି ଲାଭପ୍ରଦ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ନାରାୟଣୀ।

 

କର୍କଟ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ଆପଣଙ୍କର ସକାରାତ୍ମକ ଭାବନାରେ ଲୋକେ ପ୍ରଭାବିତ ହେବେ। କୌଣସି ବଡ଼ କଂପାନିରେ ଚାକିରିର ପ୍ରସ୍ତାବ ମିଳିପାରେ। ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ହର ପାର୍ବତୀ।

 

ସିଂହ: ଦିନଟି ଆପଣଙ୍କ ଲାଗି ଦୁଃଖ ଓ ସୁଖ ମିଶ୍ରିତ ହୋଇ ରହିବ। କିଛି ନୂଆ କରି ଦେଖାଇବା ଲାଗି ଯୋଜନା କରିପାରନ୍ତି। ସହକର୍ମୀଙ୍କ ସହିତ ତର୍କ ହୋଇପାରେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଗାୟତ୍ରୀ।

 


କନ୍ୟା: ଦିନଟି ଆପଣଙ୍କ ପାଇଁ ବିଶେଷ ଫଳଦାୟୀ। ପ୍ରତ୍ୟେକ କାମରେ ନିଜକୁ ଯୋଗ୍ୟ ପ୍ରମାଣିତ କରିପାରିବେ। ଆର୍ଥିକ ପକ୍ଷ ମଜଭୁତ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଗଣିତ ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

 

Panda Mobile only

ତୁଳା: କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ। ମିତ୍ରଙ୍କ ସହଯୋଗ ଓ ସାହାଯ୍ୟ ପାଇବେ। ସରକାରୀ କାମରେ ଲାଭ ମିଳିବାର ଯୋଗ ରହିଛି। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ୱରୀ।

 

ବିଛା: ଦିମାକରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ। ବ୍ୟବସାୟର ଡିଲ୍‌ ଲାଗି ଦୂରସ୍ଥାନକୁ ଯାଇପାରନ୍ତି। ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି ସେମାନଙ୍କୁ ଲାଭ ପ୍ରାପ୍ତ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବଗଳାମୁଖୀ।

 

ଧନୁ: ଜରୁରି କାମ ବ୍ୟବସ୍ଥିତ କରିବାରେ ପରିଶ୍ରମ ଦ୍ଵିଗୁଣା କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ବ୍ୟବସାୟରେ ବିପଦପୂର୍ଣ୍ଣ ପଦକ୍ଷେପ ନିଅନ୍ତୁ ନାହିିଁ। ଚାକିରିଆଙ୍କର ବଦଳି ହୋଇପାରେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଭୈରବୀ।

 


ମକର: ଆଜି ଆପଣଙ୍କର ଆତ୍ମବଳ ଓ ଉତ୍ସାହ ବୃଦ୍ଧି ହେବ। ଆପଣଙ୍କ ଯୋଗ୍ୟତା ଅନୁସାରେ ଆପଣଙ୍କୁ ଯଥେଷ୍ଟ କାମ ମିଳିବ। ବ୍ୟବସାୟୀଙ୍କୁ ଅଧିକ ଧନଲାଭ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ। ସୁସ୍ୱାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

 

କୁମ୍ଭ: ଦିନଟି ଆପଣଙ୍କୁ ସୁଖ ଓ ସୌଭାଗ୍ୟ ପ୍ରଦାନ କରିବ। ଲାଗିରହିଥିବା ସମସ୍ୟାର ସମାଧାନ ହେବ। ନୂଆ ରୁଚି ଅନୁଭବ କରିପାରନ୍ତି। ଅଫିସରେ ଆପଣଙ୍କ କାମକୁ ପ୍ରଶଂସା ମିଳିବ। ମହିଳାମାନେ ଜୀବନ ଯାତ୍ରାରେ ଆଗକୁ ବଢ଼ିବେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ସମଲେଶ୍ୱରୀ।

 

ମୀନ: ଆଜି ଆପଣଙ୍କ ଅଧିକତର କାମ ପୂରା ହୋଇଯିବ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କରିବେ ସତ ହେଲେ ଆପଣ ଆୟତ୍ତ କରିନେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମିକା ସହିତ ବାହାରକୁ ଭୋଜନ ପାଇଁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ସମ୍ବନ୍ଧିତ ଖବର

Leave A Reply

Your email address will not be published.