ଜାଣନ୍ତୁ ଅାଜିର ରାଶିଫଳ


ମେଷ: ଆପଣଙ୍କ କାମର ପ୍ରଦର୍ଶନ ଲାଗି ଦିନଟିଏ। ନୂଆ ବ୍ୟବସାୟରେ ଅର୍ଥନିବେଶ ଲାଭପ୍ରଦ ହେବ। ଅଫିସରେ ଆପଣଙ୍କ କାମକୁ କର୍ତ୍ତୃପକ୍ଷ ପ୍ରଶଂସା କରିବେ। ନୂଆ ଘର ନିର୍ମାଣ ଲାଗି ଯୋଜନା କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

ବୃଷ: ଆପଣଙ୍କର କିଛି ଆଶା ପୂରା ହେବାର ଯୋଗ ରହିଛି। ଲୋକଙ୍କ ବିଶ୍ୱାସ ଆପଣଙ୍କ ଉପରେ ରହିବ। ମହତ୍ତ୍ଵପୂର୍ଣ୍ଣ ବ୍ୟାପାରରେ ସମାଧାନ ବାହାର କରିନେବେ। ଅବିବାହିତଙ୍କ ଲାଗି ବଢ଼ିଆ ବିବାହ ପ୍ରସ୍ତାବ ମିଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଅମ୍ବିକା।

 


ମିଥୁନ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ଯାହା ବି ଆରମ୍ଭ କରିବେ ଅଳ୍ପ ସମୟରେ ପୂରା କରିବେ। ପରିବାରର ସବୁ ଲୋକଙ୍କ ସହାୟତା ମିଳିବ। ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ଡଳମଣି।

 

କର୍କଟ: ଦିନଟି ଦୁଃଖସୁଖଭରା ରହିବ। ଯୋଜନାକୁ ଆଗକୁ ବଢ଼ାଇବା ପାଇଁ ଚିନ୍ତା କରିବେ। ବ୍ୟାଙ୍କରେ ଅର୍ଥ ନେଣଦେଣ ସାବଧାନତାର ସହ କରିବା ଜରୁରୀ। ସନ୍ଧ୍ୟାରେ କୌଣସି ବନ୍ଧୁଙ୍କ ସହିତ ଭେଟ ସୁଖଦ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଲିଙ୍ଗରାଜ।

 


ସିଂହ: ସକାରାତ୍ମକ ମନୋଭାବରେ ରହି କାମ କରିବା ସହଜ ହେବ। ବୈବାହିକ ଜୀବନରେ ଅଶାନ୍ତି ଉତ୍ପନ୍ନ ହୋଇପାରେ। ଆୟ ଅନୁପାତରେ ବ୍ୟୟର ମାତ୍ରା ଅଧିକ ହେବ। ବିଳାସ ଉପକରଣ କିଣି ପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

 


କନ୍ୟା: ଆପଣଙ୍କ ପ୍ରତିଭା ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ କରିବ। ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କର ଉନ୍ନତି ହେବ। ଅଚାନକ ଧନଲାଭ ହେବା ଯୋଗୁଁ ମନୋବଳ ବୃଦ୍ଧି ହେବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ଭୋଜନ ପାଇଁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

 

ତୁଳା: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ। ସ୍ଥଗିତ ଥିବା କାମ ଭଲ ଭାବରେ ହୋଇଯିବ। ଫିଲ୍ମ ଉଦ୍ୟୋଗ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି କିଛି ନୂଆ କରି ଶିକ୍ଷା ଲାଭ କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ କାଳୀଜାଈ।

 

ବିଛା: ସାରାଦିନ ସତର୍କ ରହିବାର ଆବଶ୍ୟକତା ରହିଛି। ପ୍ରଭୁଙ୍କୁ ସ୍ମରଣ କରନ୍ତୁ, ଆପଣଙ୍କ ସ୍ଥଗିତ ଥିବା କାମରେ କେହି ସାହାଯ୍ୟ କରିବେ। ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ବାବା ଚନ୍ଦନେଶ୍ୱର।

 

ଧନୁ: ଜରୁରୀ କାମର ସମାଧାନ ଲାଗି ଯୋଜନା କରିବେ। କୌଣସି କାମରେ ଭାଇଙ୍କ ସହଯୋଗ ପାଇବେ। କାରବାରରେ ନୂଆ ସଉଦା ହେବ। ମହିଳାଙ୍କୁ ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

 


ମକର: ଚାକିରିଆଙ୍କ ପାଇଁ ଦିନଟି ଅନୁକୂଳ। ନୂଆ ଦାୟିତ୍ଵ ଗ୍ରହଣ କରିବେ। ସହକର୍ମୀଙ୍କ ସହିତ ବୁଝାମଣା ଠିକ୍‌ ରହିବ। ସରକାରୀ କାମରେ ଲାଭ ମିଳିବାର ଯୋଗ ରହିଛି। ଜୀବନସାଥୀଙ୍କ ଠାରୁ କୌଣସି ଶୁଭ ଖବର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରି ଶଙ୍କର।

 

କୁମ୍ଭ: ଦିନଟି ସକାରାତ୍ମକ ରହିବ। ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହେବ। ଉନ୍ନତି ପାଇଁ ନୂଆ ଅବସର ମିଳିବ। ବ୍ୟବସାୟୀଙ୍କୁ ମନମୁତାବକ ଲାଭ ମିଳିବ। ଛାତ୍ରଙ୍କୁ ପରୀକ୍ଷାରେ ଭଲ ଫଳ ମିଳିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ତାରିଣୀ।

 

ମୀନ: ଲକ୍ଷ୍ୟକୁ ନେଇ ଯାତ୍ରା ପୂରା କରିବାରେ ସଫଳ ହେବେ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଚାକିରିରେ ପଦୋନ୍ନତି ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ। ପ୍ରେମିକପ୍ରେମିକା ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

ସମ୍ବନ୍ଧିତ ଖବର