ଜାଣନ୍ତୁ ଆଜିର ରାଶିଫଳ


ମେଷ: ଇଷ୍ଟଦେବ ଆପଣଙ୍କ ଉପରେ ପ୍ରସନ୍ନ ଅଛନ୍ତି। ଅନ୍ୟମାନଙ୍କ ସହିତ ସହଜ ଭାବେ କାମ କରିବେ। ସାମାଜିକ ପ୍ରଶଂସାରେ ଆପଣଙ୍କୁ ଖୁସି ପ୍ରାପ୍ତ ହେବ। ଘରକୁ କୌଣସି ସଂପର୍କୀୟ ଶୁଭ ସମାଚାର ନେଇ ଆସିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସୁରେଶ୍ୱରୀ।

ବୃଷ: ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ। ବ୍ୟବସାୟରେ ଉନ୍ନତି ଲାଗି ନୂଆ ରଣକୌଶଳ ପ୍ରସ୍ତୁତ କରିବେ। ମନର କଥା ମନରେ ରଖନ୍ତୁ; ସଫଳତା ପାଇବେ। ସମାଜରେ ଆପଣଙ୍କୁ ମାନସମ୍ମାନ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ରାମଚଣ୍ଡୀ।

ମିଥୁନ: ଆଜି ଆପଣଙ୍କର ଆତ୍ମବିଶ୍ୱାସ ବଢ଼ିବ। ବ୍ୟବସାୟୀ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ। ଆର୍ଥିକ ସ୍ଥିତିରେ ପୂର୍ବ ଅପେକ୍ଷା ସୁଧାର ଆସିବ। ଅଫିସରେ କିଛି ବଡ଼ ସଉଦା କରିବାର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କର୍କଟ: ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ସାମାଜିକ କାମରେ ଆପଣଙ୍କର ଯୋଗଦାନ ପାଇଁ ପୁରସ୍କାର ମିଳିବ। ଅଫିସରେ ଆପଣଙ୍କ ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ କୀଚକେଶ୍ୱରୀ।

ସିଂହ: ଦିନଟି ଖୁସିଭରା ରହିବ। ଆପଣ ନିଜର ଭଲ ମନୋଭାବ ଅନୁଭବ କରିବେ। ବିଦେଶୀ ସମ୍ବନ୍ଧରେ ଆପଣଙ୍କୁ ଲାଭ ହୋଇପାରେ। ବ୍ୟବସାୟରେ କିଛି ନୂଆ କରିବା ପାଇଁ ଶୁଭ ରହିବ। ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

କନ୍ୟା: ଦିନଟି ବଢ଼ିଆ ରହିବ। ଦିମାକରେ ଲାଗିରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯାତ୍ରା କରିବେ। ଆଜିର ସଉଦା ଆଗାମୀ ଦିନ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ସନ୍ତୋଷୀ ମାତା।

ତୁଳା: ଦିନଟି ଆପଣଙ୍କ ଲାଗି ନୂଆ ସଂକେତ ନେଇ ଆସିଛି। ଧନ ବୃଦ୍ଧିର ସଂକେତ ପାଇବେ। ଆପଣ କିଛି ନୂଆ ଶିକ୍ଷା ଲାଭ କରିବେ। ସିନିୟର ଆପଣଙ୍କ କାମରେ ଖୁସି ରହିବେ। ବ୍ୟବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ବିଛା: ଆଗକୁ ବଢ଼ିବାର ଦିନଟିଏ। ରାଜନୀତିରେ ସୀମା ବଢ଼ାଇବେ। ଅପରିଚିତଙ୍କ ସହିତ ସଂପର୍କ ସ୍ଥାପନ ହେବ; ଯାହା ଦ୍ଵାରା ଭବିଷ୍ୟତରେ ଯଥେଷ୍ଟ ଲାଭ ମିଳିବ। ପୁରୁଣା ଭୂସଂପତ୍ତି ମାମଲାରେ ସ୍ଥଗିତ ଥିବା କାମ ପୂରା ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।

ଧନୁ: ନୂଆ ବେପାରରେ ପିତା ଓ ଭାଇଙ୍କ ସହଯୋଗ ମିଳିବ। ସଂପର୍କୀୟଙ୍କ ସହିତ ଫୋନ୍‌ରେ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ। ଆପଣଙ୍କ ଚିନ୍ତାଧାରାକୁ ଆଧାର କରି ସିନିୟରଙ୍କ ସହିତ ଯୋଜନା ପ୍ରସ୍ତୁତ କରନ୍ତୁ, ଲାଭ ହେବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ କୀଚକେଶ୍ୱରୀ।

ମକର: ଦିନଟି ଆପଣଙ୍କ ପାଇଁ ଠିକ୍‌ଠାକ୍‌ ରହିବ। ସଂସ୍ଥାରେ ପରିଯୋଜନାରେ ଧ୍ୟାନ କେନ୍ଦ୍ରିତ କରିବେ। ଲାଗି ରହିଥିବା ସମସ୍ୟାର ସମାଧାନ ନୂଆ କୌଶଳରେ କରିନେବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।


କୁମ୍ଭ: ମାତାପିତାଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ। ସ୍ୱାଧୀନ ସଂସ୍ଥାରେ ଚାକିରି କରୁଥିବା ବ୍ୟକ୍ତିଙ୍କର ପଦୋନ୍ନତି ହୋଇପାରେ। ବ୍ୟବସାୟ ବିସ୍ତାର ପାଇଁ ପ୍ରସ୍ତାବ ପାଇବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ।

ମୀନ: ଆର୍ଥିକ ଲାଭ ଓ ଉନ୍ନତି ଯୋଗ ପ୍ରବଳ ରହିଛି। ଆପଣଙ୍କ କାମରେ ସକାରାତ୍ମକତା ନଜର ଆସିବ। ସରକାରୀ ଚାକିରିରେ ଥିବା ବ୍ୟକ୍ତି ସୁଖବର ପାଇବେ। ବନ୍ଧୁଙ୍କ ସହିତ ବାହାରକୁ ବୁଲିବାକୁ ଯାଇପାରନ୍ତି। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ମାଣିକେଶ୍ୱରୀ।

ସମ୍ବନ୍ଧିତ ଖବର