ଜାଣନ୍ତୁ ଆଜିର ରାଶିଫଳ

ମେଷ: ପ୍ରଭାବଶାଳୀ ଲୋକଙ୍କ ସହଯୋଗ ଆପଣଙ୍କ ଉତ୍ସାହକୁ ଦିଗୁଣା କରିବ। ବ୍ୟାବସାୟିକ କାମରେ ଜିଲ୍ଲା ବାହାରକୁ ଯିବେ। ନିକଟ ସଂପର୍କୀୟଙ୍କ ମାଧ୍ୟମରେ ଫାଇଦା ହେବ। ପତିପତ୍ନୀଙ୍କ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ୱର।

 

ବୃଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ପୂର୍ବରୁ କରିଥିବା କାମ ଆଜି ପୂରା ହୋଇଯିବ। ଶତ୍ରୁମାନେ ଆପଣଙ୍କର କ୍ଷତି କରିବା ପାଇଁ ଅସଫଳ ପ୍ରୟାସ କରିବେ। ଆର୍ଥିକ ଦୃଷ୍ଟିରୁ ଦିନଟି ଭଲ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ବିରଜା।

 

ମିଥୁନ: ଦିନଟି ଖୁସି ଭରା ରହିବ। ଆପଣଙ୍କର କୌଣସି କାମ ବାଧାପ୍ରାପ୍ତ ହେବନାହିିଁ। ଆଗକୁ ବଢ଼ିବାର ରାସ୍ତା ଖୋଲିବ। ସନ୍ତାନଙ୍କ ପକ୍ଷରୁ ଶୁଭ ଖବର ମିଳିବ। ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ। ପ୍ରେମ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 

କର୍କଟ: ଦିନଟି ବଢ଼ିଆ ରହିବ। କାରବାରରେ କିଛି ଏଭଳି କଥା ସାମନାକୁ ଆସିବ ଯାହା ଭବିଷ୍ୟତରେ ଲାଭଦାୟୀ ହେବ। ଜମି କିଣିବା ଲାଗି ଦିନଟି ଭଲ। ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 

ସିଂହ: ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ। ପୁରୁଣା ବିବାଦରୁ ଆପଣଙ୍କୁ ମୁକ୍ତି ମିଳିବ। ଅଫିସରେ ଭଲ କାମ ଯୋଗୁଁ ପଦୋନ୍ନତି ମିଳିପାରେ। ଯୁବତୀମାନେ ନିଜର ପ୍ରିୟବନ୍ଧୁଙ୍କ ସହିତ ଗପସପରେ ସମୟ ବିତେଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ।

 


କନ୍ୟା: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ନୂଆ କାର୍ଯ୍ୟକୁ ନେଇ ଯୋଜନା ପ୍ରସ୍ତୁତ କରିବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ଅପରିଚିତଙ୍କ ସହିତ ସଂପର୍କ ସ୍ଥାପନ ହେବ। ଆଇନକାନୁନ ବିବାଦ ସମାପ୍ତ କରିବାରେ ସଫଳତା ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଲକ୍ଷ୍ମୀ।

 


ତୁଳା: ପୂଜାର୍ଚ୍ଚନାରେ ଅଧିକ ଏକାଗ୍ରତା ଅନୁଭବ କରିବେ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ଆପଣ ନିଜ କାମରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେବେ। ଚାକିରି ସମ୍ବନ୍ଧରେ ଶୁଭ ଖବର ମିଳିବା ହେତୁ ପରିବାରରେ ଖୁସିର ମାହୋଲ୍‌ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ହର ପାର୍ବତୀ।

 

 

ବିଛା: ଦିନଟି ଆପଣଙ୍କ ଲାଗି ଖଟା ମିଠା ରହିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅନ୍ୟଥା କ୍ୟାରିୟର ଉପରେ ପ୍ରଭାବ ପଡ଼ିବ। ସମାରୋହରେ ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ବିଦେଶ ଯାତ୍ରା କରିବାକୁ ପଡ଼ିପାରେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଶାରଳା।

 

ଧନୁ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ। ସାମାଜିକ କାର୍ଯ୍ୟରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ଛାତ୍ରଙ୍କର ଅଧ୍ୟୟନରେ ମନ ଲାଗିବ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।

 


ମକର: ଆପଣଙ୍କୁ କୌଣସି ଶୁଭ ସୂଚନା ମିଳିବ। ନୂଆ ଯୋଜନା ପ୍ରସ୍ତୁତ କରିବେ। କାନୁନ ବିବାଦ ଆଜି ସମାପ୍ତ ହୋଇପାରେ। ବ୍ୟବସାୟରେ ତୁରନ୍ତ ଫଇସଲା ଲାଭପ୍ରଦ ହେବ। ପ୍ରିୟବନ୍ଧୁଙ୍କ ସହିତ ମନୋରମ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

 


କୁମ୍ଭ: କାମରେ ସକାରାତ୍ମକ ଭାବନା ରଖନ୍ତୁ, ଆପଣଙ୍କୁ ଯଥେଷ୍ଟ ଲାଭ ହେବ। ସମ୍ମାନିତ ଲୋକଙ୍କ ସହିତ ମିଶିବେ। ସାମାଜିକ କ୍ଷେତ୍ରରେ ଯଶ ମିଳିବ। ନୂଆ ବ୍ୟବସାୟରେ ନିବେଶ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 

ମୀନ: କୌଣସି ପ୍ରକାର ମାମଲାରେ ବ୍ୟସ୍ତ ରହିବେ। ଅନ୍ୟମାନଙ୍କ କଥା ଗମ୍ଭୀରତାର ସହ ଶୁଣନ୍ତୁ। କୌଣସି ବିବାଦ କିମ୍ବା ମକଦ୍ଦମାରେ ଜଟିଳତା ବଢ଼ିପାରେ। ବ୍ୟବସାୟରେ ବିପଦପୂର୍ଣ୍ଣ ନିବେଶରୁ ନିବୃତ୍ତ ରହନ୍ତୁ। ଛାତ୍ରଛାତ୍ରୀଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବଗଳାମୁଖୀ।

ସମ୍ବନ୍ଧିତ ଖବର