ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ମନ ସକାରାତ୍ମକ କାମରେ ଲଗାନ୍ତୁ। ବ୍ୟର୍ଥ ଚିନ୍ତାରୁ ଆପଣଙ୍କ ମୁକ୍ତି ମିଳିବ। ଅଧୢାପକ ବର୍ଗଙ୍କୁ ଭଲ ସୁଯୋଗ ମିଳିବ। ବ୍ୟବସାୟରେ କିଛି ପରିବର୍ତ୍ତନ ଆଣିବେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ମାଆ ଶାରଳା।

ବୃଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ ରହିବ। କାମକୁ ଅତିଶୀଘ୍ର ଶେଷ କରିବା ଲାଗି ନୂଆ ଉପାୟ ମିଳିବ। କାରବାର ସମ୍ବନ୍ଧୀୟ ଯାତ୍ରାର ଯୋଗ ରହିଛି। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମିଥୁନ: ଦିନଟି ଆପଣଙ୍କ ପାଇଁ ଅନୁକୂଳ। ଆପଣଙ୍କ କାମ ପୂରା କରିବାରେ କେହି ବାଧା ଦେଇ ପାରିବେ ନାହିଁ। ଉନ୍ନତିର ନୂଆ ଦ୍ବାର ଖୋଲିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ବିଦେଶ ଯିବାର ସମ୍ଭାବନା ରହିଛି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କର୍କଟ: ଘରେ ଧାର୍ମିକ ସମାରୋହର ଆୟୋଜନ କରିପାରନ୍ତି। ପରିବାରର ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇବେ। ଆପଣ କୌଣସି ଜରୁରୀ କାମ ଶେଷ କରିବାରେ ସଫଳ ରହିବେ। ଧନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ହର ପାର୍ବତୀ।

ସି˚ହ: ଆତ୍ମସମୀକ୍ଷାରେ ସମୟ ବିତିବ। ଅଚାନକ ଘରକୁ କୌଣସି ମିତ୍ର ଆସିପାରନ୍ତି। କୌଣସି କାମ ଆରମ୍ଭ କରିବା ପୂର୍ବରୁ ଘର ଲୋକଙ୍କ ସହିତ ପରାମର୍ଶ କରନ୍ତୁ। ବେପାର ସମ୍ବନ୍ଧୀୟ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ବଗଳାମୁଖୀ।

 

କନ୍ୟା: ଦିନଟି ଆପଣଙ୍କ ଲାଗି ଆନନ୍ଦମୟ ରହିବ। କାର୍ଯ୍ୟକ୍ଷେତ୍ରରେ ପୁରୁଣା ଜଣାଶୁଣାରୁ ଫାଇଦା ହେବ। ରାଜନୀତିରେ ଥିବା ବ୍ୟକ୍ତି ବିଶେଷଙ୍କୁ ବଡ଼ ପଦ ମିଳିପାରେ। ଅଧୢାପିକାଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଆପଣଙ୍କ ମନ ଉତ୍ସାହିତ ରହିବ। ଅଫିସରେ କୌଣସି ସହଯୋଗୀଙ୍କ ସହିତ ଭଲ ପରିଚୟ ହେବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ମହିଳାମାନେ ଜୀବନରେ ଆଗକୁ ବଢ଼ିବେ। ଘରକୁ ଅତିଥିଙ୍କ ଆଗମନ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 

ବିଛା: ସକାରାତ୍ମକ ଭାବନା ଓ ଊର୍ଜାକୁ ପ୍ରୟୋଗ କରନ୍ତୁ। ଖାସ୍‌ ଲୋକଙ୍କ ସହିତ ମିଶିବା ଲାଭପ୍ରଦ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଆପଣଙ୍କର ଉନ୍ନତି ହେବ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ। ସଙ୍ଗୀତ ଶୁଣିବାକୁ ମନ କହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

 

ଧନୁ: ଜରୁରୀ କାମରେ ଜୀବନସାଥୀଙ୍କ ପରାମର୍ଶ ଅବଶ୍ୟ ନିଅନ୍ତୁ। କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସହିତ ବ୍ୟବହାରରେ ମିଷ୍ଟିତା ରଖନ୍ତୁ। କୋର୍ଟ କଚେରି ମାମଲାଠୁଁ ଦୂରରେ ରହିଲେ ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ମକର: ଆଜି ଆପଣଙ୍କର ବୁଲାବୁଲିରେ ଅଧିକ ସମୟ କଟିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ନୂଆ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ। ପ୍ରସାଧନ ଦୋକାନୀଙ୍କର ବିକ୍ରି ବଢ଼ିବ। ଜୀବନସାଥୀ ଆପଣଙ୍କ ଭାବନାକୁ ସମ୍ମାନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

କୁମ୍ଭ: ଆଜି ଆପଣଙ୍କର କୌଣସି ଜରୁରୀ କାମ ପୂରା ହୋଇଯିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ଘରକୁ ଅଚାନକ କୌଣସି ଅତିଥି ଆସିପାରନ୍ତି। ବିବାହିତଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

ମୀନ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ଆପଣଙ୍କ ବ୍ୟବହାର ଲାଗି ସମସ୍ତଙ୍କ ପ୍ରିୟ ହୋଇପାରିବେ। ରାଜନୀତିରେ ଭଲ ଛବି ଗଢ଼ଣ ହେବ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଭଲ ରହିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସରସ୍ବତୀ।

ସମ୍ବନ୍ଧିତ ଖବର