ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କର ମହତ୍ତ୍ବାକା˚କ୍ଷା ସମୟ ବିତିବା ସ‌େଙ୍ଗ ସଙ୍ଗେ ବଦଳି ଯିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ ଭରା ରହିବ। ବନ୍ଧୁଙ୍କର ଆଜି ପୂରା ସହଯୋଗ ମିଳିବ। ଆପଣଙ୍କୁ ନୂଆ ସ୍ରୋତରୁ ଧନଲାଭ ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆଜି ଆପଣଙ୍କର ବଡ଼ ସ୍ବପ୍ନ ପୂରା ହୋଇଯିବ। ଓକିଲଙ୍କ ପାଇଁ ଦିନଟି ଲାଭପ୍ରଦ। ଆର୍ଥିକ ପକ୍ଷ ମଜଭୁତ ହେବ। ନାରାଜ ଥିବା ବନ୍ଧୁଙ୍କୁ ମନାଇ ନେବେ। ବିଦେଶ ଯିବା ପାଇଁ ଯୋଜନା କରିବେ। ଜୀବନସାଥୀଙ୍କ ଠାରୁ ସକାରାତ୍ମକ ସ˚କେତ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଶାରଳା।


ମିଥୁନ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ସଫଳତା ପାଇଁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଜୀବନସାଥୀ ଓ ପାଖଲୋକଙ୍କ ସହିତ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ରାସ୍ତାରେ ଯିବା ସମୟରେ ଟ୍ରାଫିକ ନିୟମ ମାନନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ହନୁମାନ।

କର୍କଟ: ଆପଣଙ୍କ ଭାବନା ଯଥେଷ୍ଟ ସକାରାତ୍ମକ ରହିବ। ନୂଆ ଯୋଜନାର ସୂତ୍ରପାତ ହେବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ଅଫିସରେ କୌଣସି ପୁରସ୍କାର ବା ପ୍ରଶ˚ସା ମିଳିପାରେ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଆଜି ଆପଣଙ୍କ ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ। ଆଗକୁ ବଢ଼ିବା ଲାଗି ପରିବାରର ପୂରା ସହଯୋଗ ମିଳିବ। କାରବାରରେ ପରିବର୍ତ୍ତନ ଆଣିବେ ଓ ସଫଳ ହେବେ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ହର ପାର୍ବତୀ।


କନ୍ୟା: ଦିନଟି ପୂର୍ବ ଅପେକ୍ଷା ଭଲ ରହିବ। ପରିଶ୍ରମ ଦ୍ବାରା ଆମଦାନି ବୃଦ୍ଧି କରାଇବେ। କୌଣସି ବ୍ୟକ୍ତିଙ୍କ ସହିତ ମନର ମେଳ ହେବ। ରାଜନୀତି କ୍ଷେତ୍ରକୁ ଯିବା ପାଇଁ ବିଚାର କରିବେ। ପ୍ରେମ ସମ୍ବନ୍ଧରେ କୌଣସି ମନୋକାମନା ପୂରଣ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ଶ୍ରୀ ଗଣେଶ।

ତୁଳା: ବ୍ୟବସାୟ ପାଇଁ ଭଲ ଅବସର ମିଳିବ। ଭାଇ ଓ ବନ୍ଧୁଙ୍କ ମାଧୢମରେ ଲାଭ ପାଇବେ। କୌଣସି ସମାରୋହକୁ ଯିବା ପାଇଁ ଯୋଜନା ପ୍ରସ୍ତୁତ କରିବେ। ବୈବାହିକ ଜୀବନରେ ମଧୁରତା ବଢ଼ିବ। ଛାତ୍ରଙ୍କୁ ସହପାଠୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ସୂର୍ଯ୍ୟଦେବ।

ବିଛା: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବା‌େର ସକ୍ଷମ ହେବେ। କାର୍ଯ୍ୟାଳୟରେ ଆପଣଙ୍କ କାମକୁ ପ୍ରଶ˚ସା ମିଳିବ। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ବରୀ।


ଧନୁ: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। ନୂଆ କାମର ଯୋଜନା କରିପାରନ୍ତି। ସହଯୋଗୀଙ୍କ ସହାୟତାରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବ୍ୟବସାୟରେ ବଡ଼ ଅର୍ଡର୍ ମିଳିବ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

ମକର: ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ମନର କଥା କାହାରିକୁ କହିବେ। ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହୋଇଯିବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଜୀବନସାଥୀଙ୍କ ସହିତ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ନିଜ ଭାବନାରେ ସକାରାତ୍ମକ ବଜାୟ ରଖନ୍ତୁ। କୌଣସି ବିବାଦ କିମ୍ବା ମକଦ୍ଦମାରେ ଜଟିଳତା ବଢ଼ିପାରେ। ଅଫିସରେ କାମର ବୋଝ ବଢ଼ିବ। ଆର୍ଥିକ ପକ୍ଷ ଦୁର୍ବଳ ହେବାରୁ ପରିବାରରେ ଅଶାନ୍ତି ଦେଖାଦେବ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ସମଲେଶ୍ବରୀ।

ମୀନ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। ପ୍ରିୟବନ୍ଧୁଙ୍କ ସହିତ ଭ୍ରମଣ ସୁଖଦ ଓ ଆନନ୍ଦଦାୟକ ହେବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ଭଲ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର