ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ପରିବାର ଲୋକଙ୍କ ସହିତ କଟିବ। ଗମ୍ଭୀର କଥାବାର୍ତ୍ତାରେ ସଫଳତା ମିଳିବାର ସମ୍ଭାବନା। ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ। ବାହାର କାମରେ ଗଲାବେଳେ ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ବୃଷ: ଦିନଟି ଲାଭପ୍ରଦ ରହିବ। ଯେଉଁ କାମ ହାତକୁ ନେବେ ନିଶ୍ଚିତ ଲାଭ ପାଇବେ। ଅଫିସରେ ଆପଣଙ୍କ ରାୟ ରଖିବାରେ ସୁଯୋଗ ମିଳିବ। ଅବିବାହିତାଙ୍କ ଲାଗି ବିବାହର ନୂଆ ପ୍ରସ୍ତାବ ଆସିବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

ମିଥୁନ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ସାମାଜିକ କାର୍ଯ୍ୟରେ ଆପଣଙ୍କର ମହତ୍ବପୂର୍ଣ୍ଣ ଭୂମିକା ରହିବ। କୃଷି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ଧନଲାଭ ହେବ। ଚାକିରି ସମ୍ବନ୍ଧରେ ଭଲ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀମାତା।

କର୍କଟ: ମନରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ। ପରିବାରରେ ମଧୁରତା ସହିତ ବିଶ୍ବାସ ବି ବଢ଼ିବ। କାରବାରରେ ଆପଣଙ୍କୁ ଲାଭ ହେବ। ଅଫିସରେ ଗୁରୁତ୍ବପୂଣ୍ଣ ଫଇସଲା ନେଇପାରନ୍ତି। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଆଜି ଆପଣ ଆତ୍ମବିଶ୍ବାସରେ ଭରି ରହିବେ। ଜରୁରୀ କାମ ଶେଷ କରିବା ଲାଗି ଯୋଜନା କରିବେ। ଆପଣ ରାଜ୍ୟ ବାହାରକୁ ଯାତ୍ରାରେ ଯାଇପାରନ୍ତି। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

କନ୍ୟା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। କାର୍ଯ୍ୟକ୍ଷେତ୍ରରେ ପୁରୁଣା ପରିଚୟରୁ ଆପଣଙ୍କୁ ଫାଇଦା ହେବ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ। ଦାଂପତ୍ୟ ଜୀବନରେ ମଧୁରତା ବଢ଼ିବ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ସାମାନ୍ୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ଆପଣଙ୍କ ମନ ଧର୍ମ ଦିଗରେ ଅଧିକ ଲାଗି ରହିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବାର ସମ୍ଭାବନା। କୌଣସି ନୂଆ ସୁଯୋଗ ମିଳିପାରେ। ବେପାର ବଣିଜରେ ଉନ୍ନତି ହେବ। ଅଚାନକ ଢେ଼ର‌୍‌ ଧନ ପାଇବେ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଦେବ।

ବିଛା: ଆପଣଙ୍କୁ ଭାଗ୍ୟର ପୂରା ସାଥ ମିଳିବ। ଆପଣଙ୍କ ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ମଧୁରତାରେ ବଦଳିଯିବ। ଆପଣଙ୍କର ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ଆହୁରି ବଢ଼ିଆ ହେବ। ଜୀବନସାଥୀଙ୍କୁ ଖୁସି ରଖିବା ଲାଗି ଉପହାର ଦେବେ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀକୃଷ୍ଣ।

ଧନୁ: ଖୋଦ୍‌କୁ ସୁସ୍ଥ ଓ ସତେଜ ଅନୁଭବ କରିବେ। ନିଜର ଲକ୍ଷ୍ୟ ହାସଲ ଲାଗି ଠୋସ୍‌ ଯୋଜନା କରିବେ। ଭଲ ଲୋକଙ୍କ ସହାୟତାରେ ଧନଲାଭ ଯୋଗ ରହିଛି। ପାରିବାରିକ ସ୍ତରରେ ଖୁସିର ବୃଦ୍ଧି ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମକର: ଆପଣଙ୍କ ବ୍ୟକ୍ତିତ୍ବରେ ସୁପରିପାଟି ଆସିବ। କାର୍ଯ୍ୟାଳୟରେ ଏଭଳି ସୁଯୋଗ ମିଳିବ ଯାହା ଦ୍ବାରା ଆପଣଙ୍କର ଯଥେଷ୍ଟ ଲାଭ ହେବ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଘରୋଇ କାମ ଭଲରେ ପୂରା ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ନାରାୟଣୀ।

 

କୁମ୍ଭ: ଆପଣଙ୍କୁ ପରିଶ୍ରମର ଉଚିତ ପରିଣାମ ପ୍ରାପ୍ତ ହେବ। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। କାରବାରରେ କିଛି ନୂଆ ଲୋକ ଯୋଡ଼ି ପାରନ୍ତି। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଢେ଼ର‌୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଶାରଳା।

ମୀନ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ସାମନାକୁ ନୂଆ ସୁଯୋଗ ଆସିବ। ଆର୍ଥିକ ସ୍ଥିତି ସୁଧୁରିବ। ଅଫିସରେ ସହକର୍ମୀଙ୍କ ସହିତ ବଢ଼ିଆ ତାଳମେଳ ବଜାୟ ରହିବ। ବ୍ୟବସାୟ ସମ୍ବନ୍ଧରେ ଯାତ୍ରା କରିବାକୁ ପଡ଼ିପାରେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଦୁର୍ଗା।

ସମ୍ବନ୍ଧିତ ଖବର