ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆଜି ଆପଣ ଖୁବ୍‌ ମଜା କରିବେ ଓ ଖୁସି ରହିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ। ନୂଆ ବ୍ୟବସାୟ ଲାଗି ଯୋଜନା କରିବେ। ଚାକିରି ସମ୍ବନ୍ଧୀୟ କୌଣସି ଭଲ ଖବର ମିଳିପାରେ। ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଶାରଳା।

 

ବୃଷ: ଦିନଟି ଆପଣଙ୍କ ଲାଗି ନୂଆ ସ୍ୱାଗତ ନେଇ ଆସିଛି। ବ୍ୟବସାୟ ସମ୍ବନ୍ଧରେ ଭଲ ଖବର ପାଇବେ। ସନ୍ତାନଙ୍କ ପକ୍ଷରୁ ଆପଣଙ୍କୁ ଖୁସି ମିଳିବ। ପରିବାର ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବଗଳାମୁଖୀ।

ମିଥୁନ: ଆଜି କୌଣସି କଥାକୁ ନେଇ ଟିକେ ଅଶାନ୍ତିରେ ରହିବେ। ସମସ୍ୟାର ସମାଧାନ କରିବା ଲାଗି ପ୍ରୟାସ କରିବେ। ପଇସା ନେଣଦେଣ ସାବଧାନରେ କରନ୍ତୁ। ତୀର୍ଥ ଯାତ୍ରାରେ ଜୀବନସାଥୀଙ୍କ ସହିତ ଯାଆନ୍ତୁ, ଶୁଭ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଭଦ୍ରକାଳୀ।

 

କର୍କଟ: ଆପଣଙ୍କ ଧ୍ୟାନ ପରିବାର ଓ ପଇସା ଦିଗକୁ ରହିବ। ଅଫିସରେ କୌଣସି ପୁରସ୍କାର ବା ପ୍ରଶଂସା ମିଳିପାରେ। ବ୍ୟବସାୟରୁ ପରିଶ୍ରମ ଅନୁସାରେ ଯଥେଷ୍ଟ ଲାଭ ପାଇବେ। ସନ୍ଧ୍ୟାରେ ପରିବାର ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଲିଙ୍ଗରାଜ।

 

ସିଂହ: ଦେବୀମାତାଙ୍କ ଧ୍ୟାନରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ। ବ୍ୟବସାୟର ପରିଧି ବଢ଼ିବ। ଲକ୍ଷ୍ମୀଙ୍କର ଆଗମନ ହେବ। ଅଫିସରେ ଲାଗି ରହିଥିବା ଅଶାନ୍ତି ସମାପ୍ତ ହେବ। ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

 

କନ୍ୟା: ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। ଆପଣ ନିଜ ଲକ୍ଷ୍ୟ ହାସଲ ପାଇଁ ଠୋସ୍‌ ଯୋଜନା କରିବେ। ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ଭଗବାନ ବିଷ୍ଣୁ।

 

ତୁଳା: କୌଣସି କାମ ପୂରା କରିବାରେ ବ୍ୟସ୍ତ ହୁଅନ୍ତ ୁନାହିଁ। ଜୀବନସାଥୀଙ୍କ ସହିତ ମତଭେଦ ହୋଇପାରେ। ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ, ଫାଇଦା ହେବ। ଯୁବତୀମାନେ ନିଜର ପ୍ରିୟବନ୍ଧୁଙ୍କ ସହିତ ଗପସପରେ ସମୟ ବିତେଇବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

 

 

ବିଛା: କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ। ମିତ୍ରଙ୍କ ସହଯୋଗ ଓ ସାହାଯ୍ୟ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସଂପର୍କ ସ୍ଥାପନ ହେବ। ବ୍ୟବସାୟରେ ତ୍ଵରିତ ଫଇସଲା ଲାଭପ୍ରଦ ହେବ। କାମ ପରେ ସନ୍ଧ୍ୟାରେ ସମୟ ଆନନ୍ଦଭରା ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଦୁର୍ଗା।

 

ଧନୁ: ପୁରୁଣା କାମ ପୂରା କରିବା ଲାଗି ଦିନଟି ଭଲ। ଆପଣଙ୍କର ଅନ୍ତରଆତା୍ମ ପ୍ରଖର ରହିବ। ଆପଣଙ୍କ ସମ୍ମୁଖକୁ ଆସୁଥିବା ବ୍ୟକ୍ତିଙ୍କ ମନୋଭାବକୁ ଶୀଘ୍ର ବୁଝିନେବେ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଭୈରବୀ।

 

ମକର: ବ୍ୟବସାୟରେ ପୁରୁଣା ବିବାଦ ସମାପ୍ତ ହୋଇଯିବ। ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। ସୁଖଦ ସମାଚାର ମିଳିବାର ସମ୍ଭାବନା। ଘରକୁ ବନ୍ଧୁଙ୍କ ଆସିବା-ଯିବା ଲାଗି ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ମଝିଘରିଆଣୀ।

 

କୁମ୍ଭ: ଦିନଟି ଲାଭପ୍ରଦ ରହିବ। ଜରୁରୀ କାମ ମିତ୍ରଙ୍କ ସହାୟତାରେ ପୂରା ହୋଇଯିବ। ଷ୍ଟକ୍‌ ଓ ମ୍ୟୁଚୁଆଲ୍‌ ଫଣ୍ଡ୍‌ରେ ନିବେଶ ଲାଭଦାୟକ ରହିବ। ନୂଆ ଘର କିମ୍ବା ଜମି କିଣିବା ଲାଗି ଦିନଟି ଭଲ। ରାଜନୀତିରେ ମନୋକାମନା ପୂରା ହେବ। ଶୁଭରଙ୍ଗ: ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 

ମୀନ: ସାରାଦିନ ଖୁସି ମନରେ ରହିବେ। ବନ୍ଧୁ ଆପଣଙ୍କୁ ସାହାଯ୍ୟ କରିବେ। ସ୍ଥଗିତ ଥିବା କାମ ପୂରା ହେବ। ନୂଆ ସ୍ରୋତରୁ ଧନଲାଭ ହୋଇପାରେ। ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ଶ୍ରୀ ଗଣେଶ।

ସମ୍ବନ୍ଧିତ ଖବର