ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ। ଠିକ୍‌ ସମୟରେ ଉଚିତ ନିଷ୍ପତ୍ତି ନେବେ। ସରକାରୀ ନେଣଦେଣରେ ଆପଣଙ୍କୁ ଲାଭ ମିଳିବ। ନୂଆ ଚାକିରି ମିଳିବାର ଯୋଗ ରହିଛି। ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ବୃଷ: ପ୍ରଭୁ ଜଗନ୍ନାଥଙ୍କ ସ୍ମରଣରେ ଆତ୍ମସନ୍ତୋଷ ମିଳିବ। ବୟୋଜ୍ୟେଷ୍ଠଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଆସିପାରେ। ଅଫିସରେ ଶାନ୍ତିର ବାତାବରଣ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।


ମିଥୁନ: ଆପଣଙ୍କ କାମକୁ କେହି ଆଲୋଚନା କରିବେ। ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧୢାନକେନ୍ଦ୍ରୀଭୂତ କରନ୍ତୁ; ବିଳମ୍ବ ହେଲେ ବି ସବୁ ଠିକ୍‌ ହୋଇଯିବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ସମୟ ଆପଣଙ୍କ ପାଇଁ ଅନୁକୂଳ। ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ। କୌଣସି କାମରୁ ବଡ଼ ଫାଇଦା ହୋଇପାରେ। ନୂଆ ପରିଧାନ ଓ ଗହଣା କିଣିବେ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ସି˚ହ: ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି। ଯୋଜନା କ୍ରିୟାନ୍ବିତ ହେବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ଚାକିରିରେ ପଦୋନ୍ନତି ମିଳିପାରେ। ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ହନୁମାନ।

କନ୍ୟା: ଦିନଟି ଆପଣଙ୍କ ଲାଗି ଲାଭଦାୟକ ରହିବ। ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ। ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ। ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ। ପ୍ରେମରେ ସଫଳତା ପାଇବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ତାରିଣୀ।

ତୁଳା: ପ୍ରତ୍ୟେକ କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ। ଜମି ବାଡ଼ି କିଣିବେ। ରାଜନୀତିରେ ଲାଭ ମିଳିବାର ସୁଯୋଗ ମିଳିବ। ଚାକିରିଆଙ୍କର ଉନ୍ନତି ହେବ। ଜୀବନସାଥୀଙ୍କ ଠାରୁ ଉପହାର ମିଳିପାରେ। ଶୁଭରଙ୍ଗ: ଗୋଲାପି। ଆରାଧନା: ଶ୍ରୀକୃଷ୍ଣ।


ବିଛା: ସମୟ ଆପଣଙ୍କୁ ସଫଳତା ଓ ପ୍ରଗତି ଆଣିଦେବ। ନେତା ଆପଣଙ୍କୁ ନୂଆ କାର୍ଯ୍ୟ ଅର୍ପଣ କରିବେ। ବ୍ୟବସାୟରେ ଆଗକୁ ବଢ଼ିବେ। ପ୍ରଚୁର ମାତ୍ରାରେ ଧନାଗମ ହେବ। ଅଫିସରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ଧନୁ: ଏକାଗ୍ରତାର ସହିତ କାମ କରନ୍ତୁ; ସଫଳତାର ପାହାଚ ଚଢ଼ିବେ। ଧନପ୍ରାପ୍ତିର ଯୋଗ ପ୍ରବଳ ରହିଛି। ଚାକିରିରେ ଚିନ୍ତା ଦୂର ହେବ। ରାଜନୀତିରେ ମହତ୍ତ୍ବାକାଂକ୍ଷା ପୂରା ହେବ। ପ୍ରିୟତମଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ କୀଚକେଶ୍ବରୀ।

ମକର: ଆପଣ ନିଜ ସ୍ବପ୍ନର ଦୁନିଆରେ ବିଚରଣ କରିବେ। ମାତାପିତାଙ୍କ ସହଯୋଗରେ ଆପଣଙ୍କ କାରବାର ବୃଦ୍ଧି ହେବ। ଚାକିରି ତଲାସରେ ଥିବା ବ୍ୟକ୍ତି ଶୁଭ ଖବର ପାଇବେ। ମହିଳାମାନେ ପରିଧାନ ଶୈଳୀ ପ୍ରତି ବିଶେଷ ଧୢାନ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

କୁମ୍ଭ: ଯୋଜନାକୁ ଗୁପ୍ତ ରଖନ୍ତୁ; ସଫଳତା ନିଶ୍ଚୟ ପାଇବେ। ଜୀବନସାଥୀଙ୍କ ଖୁସି ଉପରେ ଆପଣଙ୍କୁ ଧୢାନ ଦେବାକୁ ହେବ। ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି। କାହାରିକୁ ଉଧାର ଦେଲେ ଠିକଣା ସମୟରେ ଅର୍ଥ ଫେରସ୍ତ ମିଳିବାର ଆଶା କମ୍‌। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ମଙ୍ଗଳା।

ମୀନ: ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି। ରାଜନୈତିକ ପ୍ରଭାବ ବୃଦ୍ଧି ହେବ। ଆର୍ଥିକ ରୂପେ ଆଜି ଭଲ ଫଳାଫଳ ମିଳିବ। ବ୍ୟବସାୟରେ ନୂଆ ଦିଗ ମିଳିବ। ମହିଳାଙ୍କୁ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ଲକ୍ଷ୍ମୀ ନାରାୟଣ।

ସମ୍ବନ୍ଧିତ ଖବର