ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। ପୁରୁଣା ଚିନ୍ତା ସମାପ୍ତ ହେବ। ଆଗକୁ ବଢ଼ିବାର ରାସ୍ତା ଖୋଲିଯିବ। ନୂଆ ଗାଡ଼ି କିଣିବା ଲାଗି ମନ ବଳିବ। ବୈବାହିକ ସଂପର୍କ ମଜଭୁତ ହେବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

ବୃଷ: ବାପାମାଆଙ୍କ ସହଯୋଗରେ ସ୍ଥିତି ଅନୁକୂଳ ହେବ। ବ୍ୟବସାୟରେ ଫାଇଦା ପାଇଁ ଲୋକ ମିଳିବେ। ନୂଆ ଚାକିରିର ସୁଯୋଗ ମିଳିପାରେ। ବିଦ୍ୟାର୍ଥୀଙ୍କୁ ଶିକ୍ଷକଙ୍କ ସହଯୋଗ ମିଳିବ। ଅବିବାହିତଙ୍କୁ ବିବାହ ପ୍ରସ୍ତାବ ମିଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ସୂର୍ଯ୍ୟଦେବ।


ମିଥୁନ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ସାମାଜିକ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ପ୍ରତିଷ୍ଠା ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ଲାଗିରହିଥିବା ଅସୁବିଧା ସମାପ୍ତ ହୋଇଯିବ। ବଜାରରେ ଅଟକିଥିବା ପଇସା ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଅଫିସରେ କୌଣସି ସିନିୟରଙ୍କ ସହଯୋଗରେ ସ୍ଥଗିତ ଥିବା କାର୍ଯ୍ୟ ପୂରା ହୋଇଯିବ। କାରବାରରେ ବଡ଼ ସଉଦା ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ସି˚ହ: ପୂଜାପାଠରେ ଅଧିକ ସମୟ ବିତିବ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ଉନ୍ନତି ପାଇଁ ଭିନ୍ନ ଭିନ୍ନ ରାସ୍ତା ସାମନାକୁ ଆସିବ। ବ୍ୟବସାୟୀଙ୍କୁ ପୂର୍ବ ଯୋଜନାରୁ ଲାଭ ମିଳିବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ହର ପାର୍ବତୀ।

କନ୍ୟା: ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ସମ୍ଭାବ୍ୟ ସ˚କଟ ଦୂର ହେବ। ଆପଣଙ୍କ ସ୍ଥଗିତ ଥିବା କାମରେ କେହି ସାହାଯ୍ୟ କରିବେ। କଳାକାରଙ୍କୁ ଫିଲ୍ମରେ ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ବଜାୟ ରଖନ୍ତୁ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ଲକ୍ଷ୍ମୀ ନାରାୟଣ।

ତୁଳା: ଆପଣଙ୍କ ଲାଗି ସଫଳତାର ରାସ୍ତା ଉନ୍ମୁକ୍ତ ରହିଛି। ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହେବ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ସମାଜରେ ଲୋକପ୍ରିୟତା ବୃଦ୍ଧି ହେବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ଦିନଟି ଆପଣଙ୍କୁ ଢେର୍‌ସାରା ଫାଇଦା ଦେବ। ବ୍ୟବସାୟରେ ତ୍ବରିତ ଫଇସଲା ଲାଭପ୍ରଦ ହେବ। ଆପଣଙ୍କୁ କୌଣସି ଶୁଭ ସୂଚନା ମିଳିବ। ସାମାଜିକ କାର୍ଯ୍ୟରେ ସକ୍ରିୟ ରହିବେ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ଧନୁ: ସ୍ବଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ। ମିତ୍ରଙ୍କ ସହିତ ସମୟ ଭଲରେ କଟିବ। ନୂଆ ବ୍ୟବସାୟରେ ନିବେଶ କରିପାରନ୍ତି। ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ। ପ୍ରେମିକାଙ୍କୁ ଉପହାର ଦେଇପାରନ୍ତି। ଶୁଭରଙ୍ଗ: ଘିଅ। ଆରାଧନା: ମାଆ ମଝିଘରିଆଣୀ।

ମକର: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଯାହା ବି କାମ କରିବେ ସଫଳତା ମିଳିବ। ଔଷଧ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ନୂଆ ଘର କିଣିବା ଲାଗି ଆଗ୍ରହ ବଢ଼ିବ। ମହିଳାମାନେ ପ୍ରେମ ପାଇବାର ଦିନଟିଏ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ନିଜ ଭାବନାରେ ସକାରାତ୍ମକ ବଜାୟ ରଖନ୍ତୁ। ଭାବିଚିନ୍ତି ବଡ଼ ଫଇସଲାର ଅନ୍ତିମ ରୂପ ଦିଅନ୍ତୁ। କଳାକାରଙ୍କୁ ରଚନାତ୍ମକ କାର୍ଯ୍ୟରେ ପ୍ରଶ˚ସା ମିଳିବ। ବ୍ୟାବସାୟିକ କାମରେ ଜିଲ୍ଲା ବାହାରକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

ମୀନ: ଦିନଟି ଠିକ୍‌ଠାକ୍‌ ରହିବ। କୌଣସି କାମରୁ ଆଜି ବଡ଼ ଫାଇଦା ହେବ। ଅଫିସରେ ଆପଣଙ୍କ ପରାମର୍ଶକୁ କର୍ତ୍ତୃପକ୍ଷ ପ୍ରଶ˚ସା କରିବେ। ଇଲେକ୍ଟ୍ରୋନିକ୍‌ସ ସାମଗ୍ରୀ କିଣିବା ଲାଗି ଦିନଟି ଶୁଭ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ବିରଜା।

ସମ୍ବନ୍ଧିତ ଖବର