ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। କ୍ୟାରିୟର ସମ୍ବନ୍ଧରେ କୌଣସି ବଡ଼ ଫଇସଲା ନେଇପାରନ୍ତି। ମାତାପିତାଙ୍କ ସହିତ ବଢ଼ିଆ ସମ୍ବନ୍ଧ ସ୍ଥାପିତ ହେବ। ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

ବୃଷ: ଦିନଟି ଲାଭପ୍ରଦ ରହିବ। ମିଷ୍ଟ ବ୍ୟବହାରରେ ସବୁ କାମ ପୂରା କରିନେବେ। କଳାକାରଙ୍କୁ ଚଳଚ୍ଚିତ୍ରର ସୁଯୋଗ ମିଳିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ସନ୍ତୋଷୀ ମାତା।

ମିଥୁନ: ଉଚ୍ଚାଧିକାରୀଙ୍କୁ ସାକ୍ଷାତ କରନ୍ତୁ; ଲାଭ ମିଳିବ। ଋଣ ପାଇଁ ଆବେଦନ କରିବାର ଶୁଭ ଦିନଟିଏ। ବ୍ୟବସାୟରେ ତ୍ବରିତ ଫଇସଲା ଲାଭପ୍ରଦ ହେବ। ବୈବାହିକ ଜୀବନ ଖୁସିଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଆପଣ ପ୍ରୟାସ ଜାରି ରଖନ୍ତୁ। ଆପଣଙ୍କର ବଡ଼ ସ୍ବପ୍ନ ପୂରା ହୋଇଯିବ। ବ୍ୟବସାୟ ସମ୍ବନ୍ଧରେ ବିଦେଶ ଯାତ୍ରା କରିବେ। ଆପଣଙ୍କ ପ୍ରତିଭା ପାଇଁ ପୁରସ୍କାର ମିଳିପାରେ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀକୃଷ୍ଣ।

ସି˚ହ: ଆଧୢାତ୍ମିକ ଭାବନାରେ ଅଧିକ ସମୟ ବିତିବ। ଜ୍ୟୋତିଷ ବିଜ୍ଞାନ‌େର ଚର୍ଚ୍ଚା କରିବେ। ବ୍ୟବସାୟରେ ତୁରିତ୍ବ ଫଇସଲା ଲାଭପ୍ରଦ ହେବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଘରେ ଖୁସିର ମାହୋଲ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

କନ୍ୟା: ଅଚାନକ ଧନଲାଭର ଅବସର ମିଳିବ। ଆପଣ ପ୍ରସନ୍ନ ଓ ସନ୍ତୁଷ୍ଟ ରହିବେ। ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

ତୁଳା: ଆଜି ଆପଣଙ୍କୁ ଆରାମ ମିଳିବ। ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ। ଯାହା ବି କାମ ଆରମ୍ଭ କରିବେ, ସଫଳତା ପାଇବେ। ଆର୍ଥିକ ସ୍ଥିତି ଠିକ୍‌ ରହିବ। ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ବାର ଖୋଲିବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଲୋକନାଥ।

ବିଛା: ପୁରୁଣା ଚିନ୍ତା ଆଜି ସମାପ୍ତ ହେବ। ବ୍ୟବସାୟରେ ଅପାର ସଫଳତା ମିଳିବ। କର୍ତ୍ତୃପକ୍ଷଙ୍କ ଠାରୁ ଆପଣଙ୍କୁ ଉପହାର ମିଳିପାରେ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିପାରେ। ଶୁଭରଙ୍ଗ: ବାଦାମୀ। ଆରାଧନା: ବାବା ଚନ୍ଦନେଶ୍ବର।

ଧନୁ: ବହୁତ ଲୋକ ଆପଣଙ୍କ କାମର ଦୋଷ ତ୍ରୁଟି ବାହାର କରିପାରନ୍ତି। ସାମାଜିକ କାର୍ଯ୍ୟରେ ରୁଚି ନେଇ ପାରନ୍ତି। ପଇସା ସମ୍ବନ୍ଧରେ କୌଣସି ବିପଦପୂର୍ଣ୍ଣ ପଦକ୍ଷେପ ନିଅନ୍ତୁ ନାହିଁ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

ମକର: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। ଭାବିଥିବା କାମ ବିନା ବାଧା ବିଘ୍ନରେ ପୂରା ହେବ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କ ମନୋକାମନା ପୂରା ହେବ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

କୁମ୍ଭ: ଦିନଟି ସକାରାତ୍ମକ ଭରା ରହିବ। ଘରକୁ କୌଣସି ସ˚ପର୍କୀୟ ଶୁଭ ସମାଚାର ନେଇ ଆସି‌େବ। କ˚ପ୍ୟୁଟର ଇ˚ଜିନିୟରଙ୍କୁ ରାଜ୍ୟ ବାହାରେ ଚାକିରି ମିଳିବ। ଆପଣଙ୍କ ଜୀବନରେ ନୂଆ ପ୍ରେମ ଆରମ୍ଭ ହୋଇପାରେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ମଙ୍ଗଳା।

ମୀନ: ଅଫିସରେ ଦିନଟି ପ୍ରସନ୍ନତାଭରା ରହିବ। କିଛି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ। ପଇସା ନେଣଦେଣ ପାଇଁ ଦିନଟି ଭଲ। ସମାଜରେ ଆପଣଙ୍କୁ ମାନସମ୍ମାନ ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ବରୀ।

ସମ୍ବନ୍ଧିତ ଖବର