ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ଜୀବନ ଲାଗି ଖାସ୍‌ କାମ ମିଳିପାରେ। ନେତାଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ବ୍ୟବସାୟରେ ତ୍ବରିତ ଫଇସଲା ଲାଭପ୍ରଦ ହେବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିବ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଦେବ।

ବୃଷ: ଦିନଟି ସବୁ ଦୃଷ୍ଟିରୁ ଭଲ ରହିବ। ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ବିରୋଧୀ ଆପଣଙ୍କ ଠାରୁ ଦୂରେଇ ରହିବେ। କର୍ମଜୀବୀ ମହିଳାଙ୍କର ସବୁ କାମ ସହଜରେ ପୂରା ହୋଇଯିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ମିଥୁନ: ଆପଣଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ଅଫିସ୍ କାମ ନିର୍ଦ୍ଦିଷ୍ଟ ସମୟରେ ପୂରା କରିବା‌େର ସକ୍ଷମ ହେବେ। ଲାଭର ନୂଆ ଅବସର ମିଳିବ। ଖେଳାଳିମାନେ ପୁରସ୍କୃତ ହେବେ। ଲେଖାପଢ଼ାରେ ସାଥୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ସନ୍ତୋଷୀ ମାତା।

କର୍କଟ: ଆଜି ଆପଣଙ୍କୁ ଦୁଃଖ ଓ ସୁଖ ଅନୁଭବ ହେବ। ଗମ୍ଭୀର ମାମଲା ଶାନ୍ତ ଓ ଧୈର୍ଯ୍ୟ ଧରି ସମାଧାନ କରନ୍ତୁ। ପିତାମାତାଙ୍କ ପରାମର୍ଶ ବରଦାନ ସାବ୍ୟସ୍ତ ହେବ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ବାଦାମୀ। ଆରାଧନା: ସୂର୍ଯ୍ୟଦେବ।

ସି˚ହ: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। ନିଜ ଲୋକଙ୍କ ସହଯୋଗରେ କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ପୂରା ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ହେବ। ଛାତ୍ରୀମାନେ ଲେଖାପଢ଼ାରେ ଯୋଜନା କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କନ୍ୟା: ଆଜି କୌଣସି ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହୋଇପାରେ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ। ଧନଲାଭର ଯୋଗ ରହିଛି। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ତୁଳା: ମାନସିକ ଦୃଷ୍ଟିରୁ ଅଶାନ୍ତି ମୁକ୍ତ ରହିବେ। ପରିବାରରେ ଏକତା ଓ ପ୍ରେମ ବଢ଼ିବ। ଆପଣଙ୍କ ରୁଚି କଳାତ୍ମକ କାର୍ଯ୍ୟରେ ଅଧିକ ରହିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷଙ୍କୁ ଆର୍ଥିକ ଲାଭ ହେବ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ସୁରେଶ୍ବରୀ।

ବିଛା: ପରିବାରରେ ମଧୁରତା ସହିତ ବିଶ୍ବାସ ବି ବଢ଼ିବ। ସବୁ କାମ ଭଲ ଢଙ୍ଗରେ ପୂରା କରିନେବେ। ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ। ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ବର।

ଧନୁ: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ। ରାଜନୈତିକ ସ˚ପର୍କରୁ ଫାଇଦା ହେବ। ବ୍ୟବସାୟରେ ଆଗକୁ ବଢ଼ିବା ପାଇଁ ଭାବିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମହାଲକ୍ଷ୍ମୀ।

ମକର: ଚାକିରିଜୀବୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଅଧିକାରୀବର୍ଗ ଆପଣଙ୍କ ଉପରେ ଖୁସି ରହିବେ। ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଦିନଟି ଲାଭପ୍ରଦ ହେବ। ବେକାରଙ୍କୁ ରୋଜଗାର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

କୁମ୍ଭ: ପୂଜାପାଠରେ ଅଧିକ ସମୟ ବିତିବ। ବୁଦ୍ଧିଜୀବୀଙ୍କ ସହିତ ସ˚ପର୍କ ମଜଭୁତ ହେବ। ଆପଣଙ୍କ ଉନ୍ନତିର ନୂଆ ରାସ୍ତା ଖୋଲିବ। ସରକାରୀ ଚାକିରିଆ କୌଣସି କାମରେ ପ୍ରୋତ୍ସାହନ ପାଇପାରନ୍ତି। ଶୁଭରଙ୍ଗ: ନୀଳ। ଆରାଧନା: ମହାଲକ୍ଷ୍ମୀ।

ମୀନ: ଆତ୍ମଚିନ୍ତନରେ ସମୟ ବିତିବ। ଅଫିସରେ କୌଣସି କାମ କରିବା ପୂର୍ବରୁ ପ୍ରବନ୍ଧକର୍ତ୍ତାଙ୍କ ରାୟ ନିଅନ୍ତୁ; ଭଲ ହେବ। ବ୍ୟବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ସମ୍ବନ୍ଧିତ ଖବର