ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ। ଜରୁରୀ କାମରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

ବୃଷ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସମୟ ରାଜନୀତିକ ଓ ସାମାଜିକ କାର୍ଯ୍ୟରେ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ଭଦ୍ରକାଳୀ।

ମିଥୁନ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଢ଼ିବ। ବ୍ୟବସାୟୀଙ୍କୁ ଆଶାଠୁଁ ଅଧିକ ଲାଭ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ପାଟଣେଶ୍ବରୀ।

କର୍କଟ: ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକଙ୍କୁ ଆପଣଙ୍କ ଠାରୁ ବହୁତ ଅପେକ୍ଷା ରହିବ। ଛାତ୍ରଙ୍କର ଲେଖାପଢ଼ା ପ୍ରତି ଆଗ୍ରହ ବଢ଼ିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଶାରଳା।

ସି˚ହ: ପୁରୁଣା ବ୍ୟବସାୟ ସଉଦାରୁ ଅଚାନକ ଲାଭ ହୋଇପାରେ। ସମାଜରେ ଆପଣଙ୍କର ପ୍ରତିପତ୍ତି ବଢ଼ିବ। ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

କନ୍ୟା: ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀ ଜଗନ୍ନାଥ।

ତୁଳା: ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାଂପତ୍ୟ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଅମ୍ବିକା।

 

 

 

ବିଛା: ଦନଟି ଆପଣଙ୍କ ଲାଗି ଭଲ ହୋଇପାରିବ ଯଦିଓ ବୁଦ୍ଧିମତ୍ତାର ସହିତ ଅଧିକ ପରିଶ୍ରମ କରିବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ। କୋର୍ଟ କଚେରି ମାମଲାରେ ଉଦ୍‌ବେଗ ବଢ଼ିପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଭୈରବୀ।

ଧନୁ: କ୍ୟାରିୟରର ସୁଧାର ପାଇଁ ଭଲ ଦିନଟିଏ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ଆସିବ। ସମାଜରେ ମାନ ସମ୍ମାନ ପାଇବେ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

ମକର: କାମକୁ ଠିକ୍‌ ରୂପେ ନିର୍ବାହ କରିବା ହେତୁ ସନ୍ତୋଷ ଅନୁଭବ କରିବେ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରେ ସହକର୍ମୀଙ୍କ ମାଧୢମରେ ଲାଭ ପାଇବେ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: ଲାଲ। ଆରାଧନା: ମହାଲକ୍ଷ୍ମୀ।

କୁମ୍ଭ: ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭ ହେବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ। ଶୁଭରଙ୍ଗ: ଆକାଶିନୀଳ। ଆରାଧନା: ମାଆ ନାରାୟଣୀ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ବଜାୟ ରହିବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ବରୀ।

ସମ୍ବନ୍ଧିତ ଖବର