ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ। ସବୁ ସମସ୍ୟାର ସମାଧାନ ହୋଇଯିବ। କାର୍ଯ୍ୟକ୍ଷେତ୍ରରେ ବଢ଼ିଆ ଢ଼ଙ୍ଗରେ କାମ କରିବେ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଜୀବନସାଥୀଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆପଣ ଶାନ୍ତ ଓ ଚିନ୍ତା ମୁକ୍ତ ରହିବେ। ବନ୍ଧୁଙ୍କ ମାଧୢମରେ କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ପୂରା ହେବ। ରାଜନୀତିରେ ଖ୍ୟାତି ବଢ଼ିବ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଯାଈ।

ମିଥୁନ: କାମ ସମୟ ପୂର୍ବରୁ ପୂରା ହୋଇପାରେ। ସମାଜରେ ଲୋକପ୍ରିୟତା ବଢ଼ିବ। ଅଫିସ କୌଣସି କାମ ଲାଗି ଆପଣଙ୍କୁ ପ୍ରଶ˚ସା ମିଳିବ। ପ୍ରେମ ଆଳାପ ପାଇଁ ଭଲ ଦିନଟିଏ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ପାଟଣେଶ୍ବରୀ।

କର୍କଟ: ଦିନଟି ମହତ୍ତ୍ବପୂର୍ଣ୍ଣ ରହିବ। ଉନ୍ନତି ପାଇଁ ବିଭିନ୍ନ ମାର୍ଗ ଆପଣଙ୍କ ସାମନାକୁ ଆସିବ। ସାମାଜିକ ସମାରୋହକୁ ଯାଆନ୍ତୁ, ମାନ ସମ୍ମାନ ବୃଦ୍ଧି ହେବ। ଆପଣଙ୍କୁ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ସି˚ହ: ପୂରା ଦିନ ଖୁସି ମନରେ ରହିବେ। ଜୀବନସାଥୀଙ୍କ ଠାରୁ ସୁଖ ପାଇବେ। ଆୟର ନୂଆ ସ୍ରୋତ ମିଳିପାରେ। ଯିବାକୁ ଥିବା ଯାତ୍ରା ଲାଭଦାୟକ ହେବ। ସମାଜରେ ଆପଣଙ୍କୁ ମାନ ସମ୍ମାନ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ଶ୍ରୀକୃଷ୍ଣ।

କନ୍ୟା: ଜରୁରୀ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ମହତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ରାଜନୈତିକ ପ୍ରଭାବ ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀମାତା।

ତୁଳା: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବେ। ଦୀର୍ଘ ଦିନର ଅଟକିଥିବା ପଇସା ମିଳିବ। କୌଣସି ଖୁସି ଖବର ପାଇବେ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ମଝିଘରିଆଣୀ।

 

 

ବିଛା: ଯାହା ବି କାମ କରିବେ ବାଧାର ସମ୍ମୁଖୀନ ହେବେନାହିଁ। ଆର୍ଥିକ ସ୍ଥିତିରେ ଲାଗି ରହିଥିବା ଚିନ୍ତା ଦୂର ହେବ। ବ୍ୟବସାୟରେ ବଡ଼ ସଉଦା କରିପାରନ୍ତି। ଜୀବନସାଥୀଙ୍କ ପ୍ରେମ ଓ ସୁଖ ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ହର ପାର୍ବତୀ।

ଧନୁ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ଭାବନା ଉଦ୍ରେକ ହେବ। ମହତ୍ତ୍ବପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ। ସ୍ଥଗିତ ଥିବା କାର୍ଯ୍ୟରେ ସଫଳତା ମିଳିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ସୂର୍ଯ୍ୟଦେବ।

ମକର: ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ। ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ, ଲାଭ ହେବ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

କୁମ୍ଭ: ଭାଗ୍ୟ ବଦଳାଇବା ପାଇଁ ସମୟ ଭଲ। ବ୍ୟବସାୟରେ ଭଲ ସୁଯୋଗ ପାଇବେ। ସାମାଜିକ ସଂପର୍କ ବଢ଼ିବ। ଅଚାନକ ଧନଲାଭ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ନାରାୟଣୀ।

ମୀନ: ଆଜି ଆପଣ ନିଜର ଊର୍ଜାକୁ ଠିକରୂପେ ବ୍ୟବହାର କରିବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ବ୍ୟବସାୟ ଲାଗି ନୂଆ ସୁଯୋଗ ମିଳିବ। ଚାକିରିରେ ସନ୍ତୁଷ୍ଟ ରହିବେ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସମ୍ବନ୍ଧିତ ଖବର