ଜାଣନ୍ତୁ ଆଜିର ରାଶିଫଳ

ମେଷ: ସମୟ ଆପଣଙ୍କୁ ସଫଳତା ଓ ପ୍ରଗତି ଆଣିଦେବ। ଭାଇ ଓ ବନ୍ଧୁଙ୍କ ମାଧ୍ୟମରେ ଲାଭ ପାଇବେ। ଚାକିରି ଖୋଜୁଥିବା ବ୍ୟକ୍ତି ଶୁଭ ଖବର ପାଇବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ବୃଷ: ଘର ଓ ଅଫିସକୁ ସଜାଇ ନୂତନତ୍ଵ ଆଣିବେ। ସ୍ଥଗିତ ଥିବା କାମ ଲୋକଙ୍କ ସାହାଯ୍ୟ ପାଇ ପୂରା କରିବେ। ଆର୍ଥିକ ସ୍ଥିତି ସୁଧୁରିବ। ବିରୋଧୀ କ୍ଷତି ପହଞ୍ଚାଇବା ପାଇଁ ଅସଫଳ ପ୍ରୟାସ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ମିଥୁନ: ଚାକିରି ବୃତ୍ତିରେ ଶୃଙ୍ଖଳା ଦେଖାଦେବ। ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ ନୂଆ ଦାୟିତ୍ଵ ମିଳିପାରେ। ମହିଳାମାନେ ପ୍ରେମ ପାଇବାର ଦିନଟିଏ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସୁରେଶ୍ୱରୀ।

କର୍କଟ: ଆପଣଙ୍କ ମନୋବଳରେ ଆପଣଙ୍କୁ ସଫଳତା ମିଳିବ। ସରକାରୀ କ୍ଷେତ୍ରରେ ସ୍ଥଗିତ ଥିବା କାମ ପୂରା ହେବ। ପରିବାର ସହିତ ଖୁସି ବାଣ୍ଟନ୍ତୁ। ଜମି କାରବାରରୁ ଆପଣଙ୍କୁ ଲାଭ ମିଳିପାରେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ କୀଚକେଶ୍ୱରୀ।

 


ସିଂହ: ଭାଗ୍ୟ ବଦଳାଇବା ପାଇଁ ଭଲ ସମୟ। ବ୍ୟବସାୟ ସମ୍ବନ୍ଧରେ ବିଶିଷ୍ଟ ବ୍ୟକ୍ତିଙ୍କୁ ସାକ୍ଷାତ କରିବେ। ଆପଣଙ୍କର କୌଣସି ସ୍ୱପ୍ନ ପୂରା ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

କନ୍ୟା: ଆପଣଙ୍କର ସକାରାତ୍ମକ ବିଚାର ଅନ୍ୟମାନଙ୍କୁ ପ୍ରଭାବିତ କରିବ। ବନ୍ଧୁଙ୍କ ମାଧ୍ୟମରେ ଲାଭ ପାଇବେ। ଆପଣଙ୍କ କାମକୁ ଉଚ୍ଚ କର୍ତ୍ତୃପକ୍ଷ ପ୍ରଶଂସା କରିବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଅମ୍ବିକା।

 

ତୁଳା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ପରିବାରଲୋକଙ୍କ ଠାରୁ ଖୁସି ମିଳିପାରେ। କ୍ୟାରିୟର ସମ୍ବନ୍ଧିତ ଭଲ ଖବର ପାଇବେ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।

 

ବିଛା: ଯୋଜନା ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ। କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବଂ ସଫଳ ହେବେ। ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ। ବଜେଟ୍‌କୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ପାଟଣେଶ୍ୱରୀ।

 

ଧନୁ: ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ। ଯେଉଁ କାମ କରିବେ ସଫଳତା ପାଇବେ। ଚାଷୀଙ୍କୁ କିଛି ଲାଭ ହୋଇପାରେ। ଖେଳାଳିଙ୍କ ପ୍ରଦର୍ଶନ ବଢ଼ିଆ ରହିବ। ମହିଳାମାନେ ଜୀବନରେ ଆଗକୁ ଅଗ୍ରସର ହେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଝିଘରିଆଣୀ।

 

ମକର: ଆପଣଙ୍କ ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ। ଆୟ ସାଧନରେ ବୃଦ୍ଧି ହେବ। ଡାକ୍ତରଙ୍କ ଖ୍ୟାତି ସୁଦୂରପ୍ରସାରୀ ହେବ। ଛାତ୍ରଛାତ୍ରୀଙ୍କୁ ପଢ଼ିବା, ଲେଖିବା ଓ ପ୍ରତିଯୋଗିତାରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ୱର।

 

କୁମ୍ଭ: ପୂଜାପାଠରେ ଆପଣଙ୍କ ମନ ଯଥେଷ୍ଟ ଲାଗି ରହିବ। କ୍ୟାରିୟର୍‌ରେ ଆଗକୁ ବଢ଼ିବା ପାଇଁ ସୁବର୍ଣ୍ଣ ସୁଯୋଗ ମିଳିବ। କମ୍‌ ଦାମ୍‌ରେ ନୂଆ ଘର ମିଳିପାରେ। ବ୍ୟବସାୟରୁ ଧନଲାଭ ଯୋଗ ରହିଛି। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ସମଲେଶ୍ୱରୀ।

 

 

ମୀନ: ଆତ୍ମ ସମୀକ୍ଷାରେ ସମୟ ବିତିବ। ପଡ଼ୋଶୀଙ୍କ ଠାରୁ ଭଲ ଖବର ଶୁଣିବେ। କୌଣସି ଫଇସଲା ନେବାରେ ସଂଶୟ ରହିବ। ବ୍ୟବସାୟରେ ସାବଧାନ ରହନ୍ତୁ। ଧାର୍ମିକ କାର୍ଯ୍ୟରେ ଧନ ଖର୍ଚ୍ଚ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଲୋକନାଥ।

ସମ୍ବନ୍ଧିତ ଖବର