ଜାଣନ୍ତୁ ଆଜିର ରାଶିଫଳ

ମେଷ: ପ୍ରଭୁଙ୍କ ଧ୍ୟାନରେ ମନକୁ ଶାନ୍ତି ମିଳିବ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। ଅଫିସ୍‌ରେ ଆପଣଙ୍କ କୌଣସି କାମର ପ୍ରଶଂସା ହୋଇପାରେ। ଛାତ୍ରଙ୍କୁ ଶିକ୍ଷକଙ୍କ ପୂରା ସହଯୋଗ ମିଳିବ। ଶୁଭରଙ୍ଗ: କମଳା। ଆରାଧନା: ହର ପାର୍ବତୀ।

ବୃଷ: ସକାରାତ୍ମକ ଭାବନା ଘେନି ଦିନଟିର ଶୁଭାରମ୍ଭ କରିବେ। ଆପଣଙ୍କ ମିଷ୍ଟ ବ୍ୟବହାର ଆପଣଙ୍କୁ ଯଥେଷ୍ଟ ଲାଭ ଆଣିଦେବ। ମହିଳାଙ୍କୁ ଘର କାମରେ ପତିଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ସନ୍ତୋଷୀ ମାତା।

ମିଥୁନ: ପାରିବାରିକ ମାମଲାରେ ବଡ଼ ଫଇସଲା ନେଇପାରନ୍ତି। ଅଧିକାରୀଙ୍କ ସହିତ ତାଳମେଳ ବଜାୟ ରଖନ୍ତୁ, ଫାଇଦା ହେବ। ଶତ୍ରୁ ଆପଣଙ୍କର କ୍ଷତି କରିପାରନ୍ତି; ତେଣୁ ସତର୍କ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।


କର୍କଟ: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। କାରବାରରେ ବିସ୍ତାର ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ। କାମ ପରେ ସନ୍ଧ୍ୟାରେ ସମୟ ଆନନ୍ଦଭରା ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ବୁଢ଼ୀଠାକୁରାଣୀ।

 


ସିଂହ: କ୍ୟାରିୟର ପାଇଁ ନୂଆ ସୁଯୋଗ ମିଳିପାରେ। ଆପଣଙ୍କ ବ୍ୟବହାର ବହୁତ ମିଷ୍ଟ ରହିବ। ଖେଳାଳିଙ୍କର ପ୍ରଦର୍ଶନ ବଢ଼ିଆ ରହିବ। ଅଚାନକ ଧନଲାଭ ହେବ। ପ୍ରେମ ସମ୍ବନ୍ଧରେ ସଫଳତା ମିଳିପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 


କନ୍ୟା: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ। ଆପଣଙ୍କ ସ୍ନେହର ଆଭା ଅନ୍ୟକୁ ପ୍ରଭାବିତ କରିବ। ନୂଆ ସାଥୀଙ୍କ ସହିତ ଭେଟ ହେବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଙ୍କର ମନ ଲେଖାପଢ଼ାରେ ଲାଗି ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ମଙ୍ଗଳା।

 


ତୁଳା: କାରବାରରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ ଓ ସଫଳ ହେବେ। ବନ୍ଧୁଙ୍କ ମାଧ୍ୟମରେ କିଛି ଆଶା ପୂରଣ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ନୂଆ ଘର କିଣିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ବାବା ଲିଙ୍ଗରାଜ।

 

ବିଛା: ଆଜି ଆପଣ ସକାରାତ୍ମକ ଊର୍ଜା ଅନୁଭବ କରିବେ। ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। ଆର୍ଥିକ ଲାଭ ହେବ। ବନ୍ଧୁଙ୍କ ସହିତ ଭ୍ରମଣ ସୁଖଦ ଓ ଆନନ୍ଦଦାୟକ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଲକ୍ଷ୍ମୀ।

 

ଧନୁ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ପ୍ରତିଟି କାର୍ଯ୍ୟରେ ସଫଳତା ପାଇବେ। ପରିବାରରେ ଢେର୍‌ସାରା ଖୁସି ଆସିବ। ଛାତ୍ରୀମାନେ ପଢ଼ିବା ଲେଖିବାରେ ଅଧିକ ମନଯୋଗ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ୱରୀ।

 

ମକର: ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଶାନ୍ତ ରହିବ। କାଚ ବ୍ୟବସାୟୀଙ୍କର ଉନ୍ନତି ହେବ। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଛାତ୍ରଙ୍କ ପାଇଁ ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ସୁରେଶ୍ୱରୀ।

 


କୁମ୍ଭ: ନେତୃତ୍ଵ ବଜାୟ ରଖିବା ପାଇଁ ପରିଶ୍ରମ ଅଧିକ କରିବାକୁ ପଡ଼ିବ। ଅନୁଗତଙ୍କୁ ଆବଶ୍ୟକତା ଠାରୁ ଅଧିକ ବିଶ୍ୱାସ କରନ୍ତୁ ନାହିିଁ। ଆପଣ କିଛି ନୂଆ ଶିକ୍ଷା ଲାଭ କରିବେ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ବାବା ସାଇରାମ।

 

 
ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ଅଫିସ୍‌ରେ କାହାରି ପ୍ରତି ଆକର୍ଷିତ ହେଉଥିବା ଅନୁଭବ କରିବେ। ଆର୍ଥିକ କ୍ଷେତ୍ରରେ ଯଥେଷ୍ଟ ସୁଧାର ଆସିବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ସମ୍ବନ୍ଧିତ ଖବର