ଜାଣନ୍ତୁ ଆଜିର ରାଶିଫଳ


ମେଷ: ଧାର୍ମିକ ଭାବନାରେ ସମୟ ବିତିବ। ବ୍ୟବସାୟ ସମ୍ବନ୍ଧରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ। ବିଶେଷ ଯାତ୍ରାରେ ଯାଇପାରନ୍ତି। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ୱରୀ।

 

ବୃଷ: ବ୍ୟବସାୟରେ ନୂଆ ଅନୁବନ୍ଧ ହେବ। ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ସଂପର୍କ ମଜଭୁତ ହେବ। ସାହିତ୍ୟ ସହିତ ଜଡ଼ିତ ଥିବା ଲୋକଙ୍କ ଲାଗି ପଦୋନ୍ନତିର ଯୋଗ ରହିଛି। ଅଫିସ୍‌ରେ ଅଧିକାରୀବର୍ଗଙ୍କ ସହଯୋଗ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।

 


ମିଥୁନ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଚତୁରତାର ସହିତ ତାଳ ଓ ଲୟ ବଜାୟ ରଖନ୍ତୁ, ଲାଭ ହେବ। କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ମିଳିବ। ବନ୍ଧୁଙ୍କ ସହିତ ସିନେମା ଦେଖିବା ପାଇଁ ଯୋଜନା କରିପାରନ୍ତି। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଗାୟତ୍ରୀ।

କର୍କଟ: ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇବେ। ଅନୁଗତଙ୍କ ପ୍ରତି ସାବଧାନ ରହନ୍ତୁ। କୌଣସି ମହିଳାଙ୍କ ସହିତ ସଂପର୍କ ସ୍ଥାପନ ହେବ। ଦ୍ରୁତଗତିରେ ଗାଡ଼ି ଚଳାନ୍ତୁ ନାହିଁ। ଛାତ୍ରଙ୍କର ଲେଖାପଢ଼ାରେ ମନ ବିଚଳିତ ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ମହାମୃତ୍ୟୁଞ୍ଜୟଶ୍ୱର।

 


ସିଂହ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ପର୍ଯ୍ୟାପ୍ତ ଧନ ମିଳିବାର ଯୋଗ ରହିଛି। ସାମାନ୍ୟ ସୁଧାର ଯୋଗୁଁ ବ୍ୟବସାୟରୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆଗେଇ ଆସି ଦକ୍ଷତାର ସହ ଏହାକୁ ସଂପାଦନ କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ୱରୀ।

 


କନ୍ୟା: ଆପଣଙ୍କର ଯୋଜନାର ଆକଳନ କରନ୍ତୁ। ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ବଢ଼ିଆ ଚାକିରି ମିଳିବ। ସଂପତ୍ତି ବିବାଦର ସମାଧାନ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

ତୁଳା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଚାକିରି ପରିବର୍ତ୍ତନ କରିବାକୁ ଚାହୁଁଥିବା ଲୋକମାନଙ୍କ ପାଇଁ ଦିନଟି ଭଲ। କାହାରିକୁ ବନ୍ଧୁଭାବେ ଗ୍ରହଣ କରିବେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ଅମ୍ବିକା।

 


ବିଛା: ଦିନଟି ଆପଣଙ୍କ ଲାଗି ଆନନ୍ଦମୟ ହେବ। କୌଣସି କାମରୁ ଯଥେଷ୍ଟ ଲାଭ ମିଳିବ। ସରକାରୀ ଚାକିରିଆଙ୍କର ପଦୋନ୍ନତିର ସମ୍ଭାବନା। ରାଜନୀତିରେ ସୀମା ବଢ଼ାଇବେ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା କପିଳାସ।

 

ଧନୁ: ଆପଣଙ୍କ ଭାବନା ସକାରାତ୍ମକ ରଖନ୍ତୁ। ଆପଣଙ୍କ ପ୍ରତିଭା ଅନୁସାରେ ଯଥେଷ୍ଟ ସଫଳତା ପାଇବେ। ପଡ଼ୋଶୀଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯାଇପାରନ୍ତି। ପ୍ରିୟବନ୍ଧୁଙ୍କ ଠାରୁ କଟୂକ୍ତି ଶୁଣିବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 


ମକର: ଦିନଟି ଆପଣଙ୍କୁ ସୁଖ ଓ ସୌଭାଗ୍ୟ ପ୍ରଦାନ କରିବ। କାର୍ଯ୍ୟ କ୍ଷେତ୍ରରେ କିଛି ନୂଆ ଆରମ୍ଭ କରନ୍ତୁ, ଧୀରେ ଧୀରେ ଆଗକୁ ବଢ଼ିବେ। ମହିଳାଙ୍କୁ ଆଜି ସୁନ୍ଦର ଉପହାର ମିଳିବ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ଶ୍ରୀ ଗଣେଶ।

 

କୁମ୍ଭ: ଯିବାକୁ ଥିବା ଯାତ୍ରା ଲାଭଦାୟକ ହେବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ବ୍ୟବସାୟରେ ନୂଆ ଅବସର ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଖାଦ୍ୟ-ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ବାଇଗଣୀ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 


ମୀନ: ଯେଉଁ କାମ ହାତକୁ ନେବେ ତାହାକୁ ପୂରା କରି ବିଶ୍ରାମ ନିଅନ୍ତୁ। ଗୋପନୀୟ ସଂବାଦ ପ୍ରକାଶ କରନ୍ତୁ ନାହିଁ। କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ପ୍ରଭୁ ହନୁମାନ।

ସମ୍ବନ୍ଧିତ ଖବର