ଜାଣନ୍ତୁ ଆଜିର ରାଶିଫଳ

ମେଷ: ହାସ୍ୟକୌତୁକ ମନୋଭାବରେ ରହିବେ। କ୍ୟାରିୟର ଗଢ଼ିବା ପାଇଁ ଭଲ ଅବସର ମିଳିବ। ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ପ୍ରେମ ଆବେଦନ କରିବା ଲାଗି ଶୁଭ ସମୟ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ୱର।

 

ବୃଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ନିଜକୁ ଦକ୍ଷ ସାବ୍ୟସ୍ତ କରିବା ଲାଗି କୌଣସି ସୁଯୋଗ ମିଳିବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ପ୍ରଶଂସା ହେବ। ପ୍ରିୟବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ୱର।

 

ମିଥୁନ: ପୁରୁଣା କାମ ପୂରା କରିବା ଲାଗି ଦିନଟି ଭଲ। ସମାଜରେ ମାନସମ୍ମାନ ମିଳିବ। ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ। ଜୀବନସାଥୀଙ୍କ ବ୍ୟବହାରରେ ଆପଣଙ୍କୁ ଖୁସି ମିଳିବ। ଛାତ୍ରଙ୍କର ମନ ଲେଖାପଢ଼ାରେ ଲାଗି ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 


କର୍କଟ: ବ୍ୟବସାୟରେ ନୂଆ ପ୍ରସ୍ତାବ ଲାଭପ୍ରଦ ହେବ। ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ। ମହିଳାମାନେ ଘର ସଜାଇବାରେ ମନ ଲଗାଇବେ। ଛାତ୍ରଙ୍କୁ ଆଜି ସାମାନ୍ୟ ପରିଶ୍ରମରୁ ଯଥେଷ୍ଟ ଲାଭ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ତାରିଣୀ।

 

ସିଂହ: କୌଣସି ପ୍ରକାର ମାମଲାରେ ବ୍ୟସ୍ତ ରହିବେ। ବ୍ୟବସାୟୀ କୌଣସି ଅନୁଭବୀଙ୍କ ରାୟ ନେଇ ଆଗକୁ ବଢ଼ନ୍ତୁ। ପ୍ରେମିକ-ପ୍ରେମିକା ସ୍ନାନ ସାରି ମହାଦେବଙ୍କୁ ଦର୍ଶନ କରନ୍ତୁ; ମନୋକାମନା ପୂରଣ ହେବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

କନ୍ୟା: କାମ ପ୍ରତି ଆପଣଙ୍କର ଉତ୍ସାହ ବୃଦ୍ଧି ହେବ। କଂପାନିରେ ଆପଣଙ୍କୁ କୌଣସି ସୁବିଧା ମିଳିପାରେ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। ସାମାଜିକ କାର୍ଯ୍ୟରେ ଆପଣଙ୍କର ଯୋଗଦାନ ପାଇଁ ପୁରସ୍କାର ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

 

 ତୁଳା: ଆପଣ ନିଜର ଭଲ ମନୋଭାବ ଅନୁଭବ କରିବେ। ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ରାଜନୀତିରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

 

 

ବିଛା: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ବଡ଼ କାମରୁ ଆପଣଙ୍କୁ ଫାଇଦା ହେବ। ଅଧ୍ୟାପକବର୍ଗଙ୍କୁ ଭଲ ପ୍ରସ୍ତାବ ମିଳିପାରେ। ବିବାହିତା କୌଣସି ଧର୍ମାନୁଷ୍ଠାନକୁ ଯାତ୍ରାରେ ଯିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ କଟକଚଣ୍ଡୀ।

 

ଧନୁ: ଆଜି ଆପଣ ଅଧିକ ଭାବପ୍ରବଣ ହୋଇପାରନ୍ତି। ବିରୋଧୀଙ୍କ ପ୍ରତି ସତର୍କ ରହିବାର ଆବଶ୍ୟକତା ରହିଛି। ରାଜନୀତିରେ ନେତୃତ୍ଵ ବଜାୟ ରଖିବା ପାଇଁ ପରିଶ୍ରମ ଅଧିକ କରିବାକୁ ପଡ଼ିବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 

ମକର: ଆଜି ଆପଣ ସତ୍ୟର ସାଥ ଦେବେ। ପୂଜାପାଠ କାର୍ଯ୍ୟକ୍ରମରେ ରୁଚି ବଢ଼ିବ। ଆପଣଙ୍କ ବ୍ୟବହାର ଦେଖି ଶତ୍ରୁ ବି ବନ୍ଧୁ ହୋଇଯିବେ। ଆପଣଙ୍କର ସ୍ଥଗିତ ଥିବା କାମ ପୂରା ହୋଇଯିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲୋକନାଥ।

 

କୁମ୍ଭ: ଆପଣଙ୍କର ଧ୍ୟାନ ଆଧ୍ୟାତ୍ମିକ ଦିଗକୁ ଅଧିକ ଲାଗି ରହିବ। ଆଇନକାନୁନ ମାମଲାର ସମାଧାନ ହୋଇପାରେ। କାରବାର ବୃଦ୍ଧି କରିବାକୁ ଚେଷ୍ଟା କରିବେ ଏବଂ ସଫଳତା ମିଳିବ। ଛାତ୍ରଙ୍କୁ କୌଣସି ମିତ୍ର ସାହାଯ୍ୟ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ତାରିଣୀ।

 

ମୀନ: ବ୍ୟବସାୟରେ ଆଜି ଭଲ ସଉଦା ହେବାର ସମ୍ଭାବନା ରହିଛି। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରସିଦ୍ଧି ଅର୍ଜନ କରିବେ। ଜୀବନସାଥୀଙ୍କ ସହିତ ମତଭେଦ ହୋଇପାରେ। ସ୍ୱାସ୍ଥ୍ୟ ପ୍ରତି ଜାଗରୁକ ଓ ସତର୍କ ରହନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ କଟକଚଣ୍ଡୀ।

ସମ୍ବନ୍ଧିତ ଖବର