ଜାଣନ୍ତୁ ଆଜିର ରାଶିଫଳ

ମେଷ: ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ; ସମ୍ଭାବ୍ୟ ସଂକଟ ଦୂର ହେବ। ବଡ଼ ଅଧିକାରୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ। ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ବିରଜା।

 

ବୃଷ: ଦିନଟି ବ୍ୟସ୍ତତାରେ କଟିବ। ଶାରୀରିକ ଦୃଷ୍ଟିରୁ ଅସୁସ୍ଥ ଅନୁଭବ କରିବେ। ଭାଇ ଓ ବନ୍ଧୁଙ୍କ ମାଧ୍ୟମରେ ଲାଭ ପାଇବେ। ପରିବାର ଲାଗି ଦିନଟି ଭଲ ରହିବ। ମହିଳାଙ୍କୁ ଆଜି ସୁନ୍ଦର ଉପହାର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 

ମିଥୁନ: ସଫଳତାର ନୂଆ ପାହାଚରେ ପାଦ ରଖିବେ। କୌଣସି ବଡ଼ ସଉଦା ହୋଇପାରେ। ଜମି କାରବାରରେ ନିବେଶ ପାଇଁ ବାପାଙ୍କ ସହଯୋଗ ପାଇବେ। ସଙ୍ଗୀତ ଛାତ୍ରଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ସୁରେଶ୍ୱରୀ।

 

କର୍କଟ: ସ୍ୱଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ। ମହତ୍ତ୍ଵପୂର୍ଣ୍ଣ ବ୍ୟାପାରରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିପାରେ। ଛାତ୍ରଙ୍କ କ୍ୟାରିୟରରେ ବଡ଼ ସଫଳତା ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

 


ସିଂହ: ପରିଶ୍ରମ କରିବା ପାଇଁ ପ୍ରସ୍ତୁତ ରହନ୍ତୁ; ଭାଗ୍ୟ ଆପଣଙ୍କୁ ସାଥ ଦେବ। ସ୍ଥଗିତ ଥିବା କାମ ପୂରା ହୋଇଯିବ। ଧନଲାଭ ଯୋଗ ରହିଛି। ଜୀବନସାଥୀଙ୍କ ସହିତ ରାଜ୍ୟ ବାହାରକୁ ଯିବାର ଯୋଜନା କରିପାରନ୍ତି। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ତାରିଣୀ।

 

କନ୍ୟା: ବ୍ୟବସାୟରେ ନୂଆ ଦିଶା ମିଳିବ। ନୂଆ ସାଥୀଙ୍କ ସହିତ ରହି ପୁରୁଣା ସାଥୀଙ୍କୁ ଅଣଦେଖା କଲେ ଅସୁବିଧାରେ ପଡ଼ିଯାଇପାରନ୍ତି। ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

ତୁଳା: ପ୍ଲାଷ୍ଟିକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ବ୍ୟାବସାୟିକ କାମରେ ରାଜ୍ୟ ବାହାରକୁ ଯାତ୍ରାରେ ଯିବେ। ଅଚାନକ ଧନଲାଭ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ବଗଳାମୁଖୀ।

 


ବିଛା: ସାରାଦିନ ଆପଣ ନୂଆ ଊର୍ଜାରେ ଭରା ରହିବେ। ପ୍ରୟାସରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ମଜଭୁତ ହେବାରୁ ପରିବାରରେ ଅଶାନ୍ତି କମ୍‌ ହେବ। ଛାତ୍ରଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ୱର।

 

ଧନୁ: ବ୍ୟବସାୟ ଲାଗି ଯୋଜନା ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିବେ। ସନ୍ତାନଙ୍କ ପକ୍ଷରୁ ଲାଭ ମିଳିବାର ସମ୍ଭାବନା ରହିଛି। ବିଦେଶରୁ ଭଲ ଖବର ପାଇବେ। ଅଫିସରେ ଆପଣଙ୍କ କଥାକୁ ଲୋକେ ଗୁରୁତ୍ଵ ଦେବେ। ପ୍ରେମ ସମ୍ବନ୍ଧ ପାଇଁ ଦିନଟି ଭଲ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ କୀଚକେଶ୍ୱରୀ।

 


ମକର: ଆଗକୁ ବଢ଼ିବାର ଦିନଟିଏ। ପରିବାରର ବଡ଼ଙ୍କ ଠାରୁ ସହଯୋଗ ମିଳିବ। ଯାହା ବି କାମ କରିବେ ସଫଳତା ପାଇବେ। ସାମାଜିକ ପଦ ପ୍ରତିଷ୍ଠା ବୃଦ୍ଧି ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ନାରାୟଣୀ।

 

କୁମ୍ଭ: ଚାକିରିଜୀବୀଙ୍କ ଲାଗି ଦିନଟି ଲାଭପ୍ରଦ। ଆମଦାନିର ନୂଆ ଅବସର ପାଇବେ। ଚାକିରିରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ମାନ-ସମ୍ମାନ ପାଇବେ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ।

 


ମୀନ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ନୂଆ ପ୍ରସ୍ତାବ ଓ ପରିଯୋଜନା ମିଳିବ। ପାରବାରିକ ଜୀବନରେ ସୁଖ ଓ ଶାନ୍ତି ବୃଦ୍ଧି ହେବ। ବନ୍ଧୁ ଆପଣଙ୍କ ପ୍ରତି ଖୁସି ରହିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଅମ୍ବିକା।

ସମ୍ବନ୍ଧିତ ଖବର