ଜାଣନ୍ତୁ ଆଜିର ରାଶିଫଳ

ମେଷ: ତିକ୍ତ ଅନୁଭବରୁ ମିଠା ଫଳ ପାଇବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ। ସାମାଜିକ ପରିଧି ବଢ଼ାଇବେ। କାମ ଲାଗି ବିଦେଶ ଯାତ୍ରା କରିବାକୁ ପଡ଼ିପାରେ। ପ୍ରେମ ସମ୍ବନ୍ଧରେ କୌଣସି ମନୋକାମନା ପୂରଣ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ବିରଜା।

 

ବୃଷ: ଲକ୍ଷ୍ୟପ୍ରାପ୍ତି ଦିଗରେ ଏକାଗ୍ରତାର ସହିତ ଅଧିକ ପରିଶ୍ରମ କରନ୍ତୁ। ନିଜର ବ୍ୟବହାରରେ ସଂଯମ ରଖନ୍ତୁ। ଅଫିସରେ କାମର ବୋଝ ବଢ଼ିପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲୋକନାଥ।

 

ମିଥୁନ: ଆପଣ କେବଳ ନିଜ କାମରେ ମନଯୋଗ ଦିଅନ୍ତୁ; ସୌଭାଗ୍ୟବଶତଃ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବନାହିଁ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ ନୂଆ ଦାୟିତ୍ଵ ଅର୍ପଣ କରିବେ। ଜୀବନସାଥୀଙ୍କ ବ୍ୟବହାର ପ୍ରେମ ଭରା ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଆଖଣ୍ଡଳମଣି।

 

କର୍କଟ: ଗୁରୁଙ୍କ ଆଶୀର୍ବାଦ ନିଅନ୍ତୁ; ଦିନଟି ଭଲରେ କଟିବ। କିଛି ନା କିଛି ନୂଆ କରିବା ପାଇଁ ଚେଷ୍ଟା କରନ୍ତୁ। ପଇସା ମାମଲାରେ ଚିନ୍ତା ସମାପ୍ତ ହେବ। ନୂଆ ବାହନ କିଣିବା ଲାଗି ଦିନଟି ଶୁଭ। ଛାତ୍ରଛାତ୍ରୀଙ୍କ ଲାଗି ସମୟ ଅନୁକୂଳ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ସୂର୍ଯ୍ୟଦେବ।

 


ସିଂହ: ଦିନଟି ଆପଣଙ୍କ ଲାଗି ସହଜ ହେବ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଭାବି ପାରନ୍ତି। ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହେବ। ଛାତ୍ରଙ୍କୁ ସଫଳତା ପାଇବା ଲାଗି ଅଧିକ ପରିଶ୍ରମ କରିବାକୁ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ତାରିଣୀ।

 

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ପ୍ରତ୍ୟେକ କାମ ବିନା ବିଘ୍ନରେ ସଂପନ୍ନ ହେବ। ଚାକିରିରେ କୌଣସି ବିଶେଷ ଦାୟିତ୍ଵ ଗ୍ରହଣ କରିବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପରିବାରରେ ଖୁସିର ମାହୋଲ୍‌ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

ତୁଳା: ଦିନଟି ଲାଭପ୍ରଦ ରହିବ। କର୍ମକ୍ଷେତ୍ରରେ କାହାରିକୁ ବନ୍ଧୁଭାବେ ଗ୍ରହଣ କରିବେ। ବ୍ୟାବସାୟିକ କାମରେ ରାଜ୍ୟ ବାହାରକୁ ଯାତ୍ରାରେ ଯିବେ। ଜମି କିମ୍ବା ବାହନ କିଣିବା ଲାଗି ଦିନଟି ଶୁଭ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଭଦ୍ରକାଳୀ।

 


ବିଛା: ଦିନଟି ଠିକ୍‌ଠାକ୍‌ ରହିବ। ମିତ୍ରଙ୍କ ମାଧ୍ୟମରେ ଆପଣଙ୍କର କିଛି ଆଶା ପୂରଣ ହେବ। ବିଦେଶ ଯିବା ପାଇଁ ସୁଯୋଗ ଆସିବ। ଜୀବନସାଥୀଙ୍କ ଠାରୁ ସୁଖ ପାଇବେ। ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ଫଳ ନିଶ୍ଚିତ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।

 

ଧନୁ: ଆଜି ଭାଗ୍ୟ ଆପଣଙ୍କ ସହିତ ରହିବ। କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବଂ ସଫଳ ହେବେ। ନୂଆ ଘର କିଣିବା ପାଇଁ ଯୋଜନା କରିବେ। ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଗୁପ୍ତେଶ୍ୱର।

 


ମକର: ମାତାପିତାଙ୍କ ଆଶୀର୍ବାଦ ପାଇବା ହେତୁ ମନୋବଳ ଦୃଢ଼ ରହିବ। ଯାତ୍ରା ସୁଖଦ ଓ ଲାଭଦାୟକ ସାବ୍ୟସ୍ତ ହେବ। ସାମାଜିକ ପଦ ପ୍ରତିଷ୍ଠା ବୃଦ୍ଧି ହେବ। ଚାକିରିରେ ଦାୟିତ୍ଵ ବୃଦ୍ଧି ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

 

କୁମ୍ଭ: ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ଓକିଲଙ୍କ ଲାଗି ଦିନଟି ଲାଭଦାୟକ ରହିବ। ସମସ୍ୟାର ସମାଧାନ ସହଜରେ ହେବ। ଜୀବନସାଥୀଙ୍କ ପ୍ରେମ ଓ ସୁଖ ପାଇବେ। ଛାତ୍ରଛାତ୍ରୀଙ୍କ ଲାଗି ସମୟ ଅନୁକୂଳ। ଶୁଭରଙ୍ଗ: ବାଦାମୀ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 


ମୀନ: ବିଚାରରେ ସକାରାତ୍ମକ ବଜାୟ ରଖନ୍ତୁ। ପରିଶ୍ରମର ଫଳ ଦ୍ଵିଗୁଣା ପାଇବେ। କୌଣସି ବିଶେଷ କାର୍ଯ୍ୟରେ ଯାତ୍ରାରେ ଯିବେ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: ମେରୁନ। ଆରାଧନା: ପ୍ରଭୁ ହନୁମାନ।

ସମ୍ବନ୍ଧିତ ଖବର