ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ। ଆପଣ କିଛି ନୂଆ କୌଶଳ ଶିକ୍ଷା ଲାଭ କରିବେ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ଅଫିସରେ ନୂଆ ଲୋକଙ୍କ ସହିତ ଯୋଡ଼ି ହେବେ। ଛାତ୍ରଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: କ୍ୟାରିୟରକୁ ନେଇ କିଛି ଫଇସଲା ନେଇପାରନ୍ତି। କର୍ତ୍ତୃପକ୍ଷ ଆପଣଙ୍କର କୌଣସି କଥାକୁ ନେଇ ନାରାଜ ହୋଇପାରନ୍ତି। ବ୍ୟବସାୟରେ ସାବଧାନତା ଅବଲମ୍ବନ କରନ୍ତୁ। ଜୀବନସାଥୀଙ୍କ ଭାବନା ପ୍ରତି ଧ୍ୟାନ ଦିଅନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

ମିଥୁନ: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। କାର୍ଯ୍ୟକ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ଅବସର ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବ୍ୟବସାୟରେ ତ୍ଵରିତ ଫଇସଲା ଲାଭପ୍ରଦ ହେବ। ନେତାଙ୍କ ଲାଗି ଦିନଟି ଶୁଭ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସମଲେଶ୍ୱରୀ।

କର୍କଟ: ଆପଣଙ୍କ ଅନ୍ତରଆତ୍ମା ପ୍ରଖର ରହିବ। ଆପଣଙ୍କ ସାମନାକୁ ଆସୁଥିବା ବ୍ୟକ୍ତିଙ୍କ ମନୋଭାବକୁ ଶୀଘ୍ର ବୁଝିନେବେ। ନୂଆ କାମର ଯୋଜନା କରିପାରନ୍ତି। ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ। ଶୁଭରଙ୍ଗ: ନୀଳ। ଆରାଧନା: ବାବା ଚନ୍ଦନେଶ୍ୱର।

ସିଂହ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ଯାହା ବି କାମ କରିବେ ଆପଣଙ୍କୁ ସଫଳତା ମିଳିବ। ପାରିବାରିକ ଦାୟିତ୍ଵ ସବୁ ପୂରା ହେବ। ଚାକିରିଆଙ୍କର ଉନ୍ନତି ଯୋଗ ରହିଛି। ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯୋଜନା କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ। ପରିବାରର ସବୁ ସଦସ୍ୟଙ୍କ ଭରପୂର ସହଯୋଗ ପାଇବେ। କ୍ୟାରିୟରକୁ ନେଇ କୌଣସି ବଡ଼ ଫଇସଲା ନେଇ ପାରନ୍ତି। ନୂଆ ଘର କିଣିବା ଲାଗି ଦିନଟି ଶୁଭ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।


ତୁଳା: ସଫଳତା ଆପଣଙ୍କୁ ଅପେକ୍ଷା କରି ରହିଛି। ଆଗକୁ ବଢ଼ି ଚାଲନ୍ତୁ; ବନ୍ଧୁଙ୍କ ମାଧ୍ୟମରେ ଲାଭ ପାଇବେ। ସାମାଜିକ କାର୍ଯ୍ୟରେ ଆପଣଙ୍କର ଯୋଗଦାନ ପାଇଁ ପୁରସ୍କାର ମିଳିବ। ଜୀବନସାଥୀ ଓ ବନ୍ଧୁମାନଙ୍କ ଠାରୁ ସ୍ନେହ ପ୍ରାପ୍ତ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ସୂର୍ଯ୍ୟଦେବ।

ବିଛା: ସମାଜରେ ଆପଣଙ୍କ ସ୍ଥିତି ଭଲ ରହିବ। ଲୋକେ ଆପଣଙ୍କର ଗୁଣଗାନ କରିବେ। ବ୍ୟବସାୟରେ ଅଚାନକ ଧନଲାଭ ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ଭୋଜନ ପାଇଁ ଯିବେ। ଗଣିତ ଛାତ୍ରଙ୍କର ଲେଖାପଢ଼ାରେ ମନ ଅଧିକ ଲାଗି ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

ଧନୁ: ଦିମାକରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ। ଆପଣଙ୍କର ତର୍କ ଶକ୍ତି ଆଜି କାମରେ ଆସିବ। ବ୍ୟବସାୟରେ ପରିବାରର ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଦୁର୍ଗା।

ମକର: ସାମାଜିକ ସମାରୋହରେ ସହଯୋଗ କରିବାର ସୁଯୋଗ ମିଳିବ। ତ୍ରୁଟିପୂର୍ଣ୍ଣ ରାୟ ଦେବା ଲୋକଙ୍କ ପ୍ରତି ସତର୍କ ରହନ୍ତୁ। ଆୟ ତୁଳନାରେ ବ୍ୟୟର ମାତ୍ରା ଅଧିକ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

କୁମ୍ଭ: ଦିନଟି ଆପଣଙ୍କ ପାଇଁ ବଢ଼ିଆ ରହିବ। ଆପଣ କିଛି ନୂଆ କରି ଦେଖାଇବା ପାଇଁ ଯୋଜନା କରିପାରନ୍ତି। କାରବାର ଦୃଷ୍ଟିରୁ ଦିନଟି ଲାଭପ୍ରଦ ରହିବ। ଲେଖକଙ୍କୁ ଆଜି ପୁରସ୍କାର ମିଳିପାରେ। ବିଜ୍ଞାନଛାତ୍ର ଆଜି କିଛି ନୂଆ କରି ଶିକ୍ଷା ଲାଭ କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ତାରିଣୀ।

ମୀନ: ପରିବାର ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯାଇପାରନ୍ତି। ନୂଆ କାମଧନ୍ଦା ସମ୍ବନ୍ଧରେ ଚିନ୍ତା କରିବା ଲାଗି ଦିନଟି ଭଲ। ଚାକିରି ସମ୍ବନ୍ଧରେ ଶୁଭ ଖବର ମିଳିବା ହେତୁ ପରିବାରରେ ଖୁସିର ମାହୋଲ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ବାବା ହରିଶଙ୍କର।

ସମ୍ବନ୍ଧିତ ଖବର