ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ଲାଭପ୍ରଦ। ଜୀବନରେ କିଛି ପରିବର୍ତ୍ତନହେବ। ବ୍ୟାବସାୟିକ ଯାତ୍ରାରେ ବାହାରକୁ ଯାଇପାରନ୍ତି। ଚାକିରିରେ କର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶ˚ସା ଶୁଣିବାକୁ ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ବୃଷ: ପୂଜାପାଠରେ ଅଧିକ ସମୟ ବିତିବ। ଧର୍ମସ˚ସ୍ଥାକୁ ଦାନ ଦେଇପାରନ୍ତି। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଚାକିରିଆଙ୍କୁ ସଫଳତା ମିଳିପାରେ। ଆୟ ସାଧନରେ ବୃଦ୍ଧି ହେବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ଦୁର୍ଗା।

ମିଥୁନ: ଆତ୍ମସମୀକ୍ଷାରେ ଅଧିକ ସମୟ ବିତିବ। ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିପାରେ। ଆପଣଙ୍କର କୌଣସି ଇଚ୍ଛା ପୂରା ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ ପରିଣାମ ନେଇ ଆସିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଶାରଳା।

କର୍କଟ: ନୂଆ ଲୋକମାନଙ୍କ ସହିତ ଟିକେ ସାବଧାନରେ ରହନ୍ତୁ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ମହିଳାଙ୍କୁ ଆଜି ସୁନ୍ଦର ଉପହାର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: କାର୍ଯ୍ୟ ବୃଦ୍ଧି ଲାଗି ସୁଅବସର ମିଳିବ। ଆର୍ଥିକ ସ୍ଥିତି ଠିକ୍‌ ରହିବ। ଭୂସ˚ପତ୍ତି ସମସ୍ୟା ସମାଧାନ ହୋଇଯିବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଆଜି ଆପଣ ଖୁବ୍‌ ଊର୍ଜାବାନ ଅନୁଭବ କରିବେ। ସାମାଜିକ କ୍ଷେତ୍ରରେ ଯଶ ମିଳିବ। ସରକାରୀ କାମରେ କୌଣସି ବଡ଼ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ନୃତ୍ୟ ସଙ୍ଗୀତରେ ରୁଚି ବଢ଼ିବ। ଶୁଭରଙ୍ଗ: ମେରୁନ। ଆରାଧନା: ଶ୍ରୀକୃଷ୍ଣ।

ତୁଳା: ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ପରିଣାମ ପାଇବେ। ସମ୍ମାନିତ ଲୋକଙ୍କ ସହିତ ମିଶିବେ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧରେ ପ୍ରେମ ବଜାୟ ରହିବ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଅମ୍ବିକା।

 

 

 

 

 

 

ବିଛା: କର୍ମକ୍ଷେତ୍ରରେ ଆପଣ ଯୋଦ୍ଧାଙ୍କ ଭଳି ରହିବେ। ଆର୍ଥିକ ଲାଭ ହେବ। ସନ୍ତାନଙ୍କ ଦାୟିତ୍ବ ପୂର୍ତ୍ତି ହେବ। ବ୍ୟବସାୟରେ ନୂଆ ଦିଶା ମିଳିବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଯାଈ।

ଧନୁ: ପରିଶ୍ରମର ସମସ୍ତଙ୍କ ହୃଦୟ ଜିଣିନେବେ। ମାନ ସମ୍ମାନରେ ବୃଦ୍ଧି ହେବ। ବ୍ୟାବସାୟିକ ଯାତ୍ରା ଲାଭପ୍ରଦ ହେବ। ମହିଳାମାନେ ଖୁସିର ସହିତ ପରିଧାନ ଓ ଗହଣା କିଣିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଶାରଳା।

ମକର: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ବ୍ୟବସାୟ ଲାଗି କରିଆସୁଥିବା ପ୍ରୟାସରେ ସଫଳ ହେବେ। ପରିବାରରେ ଏକତା ଓ ପ୍ରେମ ବଢ଼ିବ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ଆତ୍ମଚିନ୍ତନରେ ଅଧିକ ସମୟ ବିତିବ। ପରିଶ୍ରମ ଅଧିକ କରନ୍ତୁ ସଫଳତା ମିଳିବାର ଯୋଗ ରହିଛି। ବୈଦିଶିକ ବେପାର ସମ୍ବନ୍ଧରେ ଭଲ ଖବର ପାଇବେ। ଜୀବନସାଥୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମହାଲକ୍ଷ୍ମୀ।

ମୀନ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ବ୍ୟବସାୟ ବୃଦ୍ଧି ଲାଗି ବରିଷ୍ଠଙ୍କ ସହିତ ଆଲୋଚନା କରିବେ। ଆର୍ଥିକ ରୂପେ ସବୁ କିଛି ଭଲ ରହିବ। ବାହନ କିଣିବା ଲାଗି ମନ ବଳିବ। ଶୁଭରଙ୍ଗ:଼ ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସମ୍ବନ୍ଧିତ ଖବର