ପିଜେ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁସନ୍‌ସ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର : ପିଜେ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁସନ୍‌ସ ଓ ‘ଆମ ଓଡ଼ିଶା’ ମିଳିତ ଉଦ୍ୟମରେ ଆଜି ଏକ ରକ୍ତଦାନ ଶିବିର ସ୍ଥାନୀୟ କେଶୁରାସ୍ଥିତ ପିଜେ କଲେଜ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟ ଓ ଟେକ୍ନୋଲୋଜି ପରିସରରେ ଅନୁଷ୍ଠିତ ହୋଇ ୨୭ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଛି । ଏହି ଶିବିରକୁ ଅନୁଷ୍ଠାନର ଅଧ୍ୟକ୍ଷ ଡ. ଶିବ ପ୍ରସାଦ ମିଶ୍ର ଉଦ୍‌ଘାଟନ କରିଥିଲେ। ଅନୁଷ୍ଠାନର ପ୍ରଶାସନିକ ଅଧିକାରୀ ନିର୍ମଳ ଚନ୍ଦ୍ର ମଲ୍ଲିକ ଓ ସହ-ପ୍ରଶାସନିକ ଅଧିକାରୀ ବିପିନ କୁମାର ଜେନା ଶିବିର ପରିଚାଳନା କରିଥିଲେ। ଅନୁଷ୍ଠାନର ସହକର୍ମୀ ତଥା ଛାତ୍ରଛାତ୍ରୀମାନେ ଏହି ଶିବିରରେ ରକ୍ତଦାନ କରିଥିଲେ। ମ୍ୟୁନିସିପାଲିଟି ରକ୍ତଭଣ୍ଡାର ଅଧିକାରୀ ଡ. ଜୟଦୀପ ଘୋଷ ଓ  ସହକର୍ମୀମାନେ ଏହି ଶିବିରରୁ ରକ୍ତ ସଂଗ୍ରହ କରିଥିଲେ। ‘ଆମ ଓଡ଼ିଶା’ର କର୍ମକର୍ତାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଶିବିରଟି ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଅନୁଷ୍ଠାନର ପ୍ରତିଷ୍ଠାତା ଅଧ୍ୟକ୍ଷ ପ୍ରତାପ ଚନ୍ଦ୍ର ଜେନା ସମସ୍ତ ରକ୍ତଦାତା, ସହଯୋଗୀ ତଥା ‘ଆମ ଓଡ଼ିଶା’କୁ ରକ୍ତଦାନ ଭଳି ମହତ କାର୍ଯ୍ୟ ନିମନ୍ତେ ଧନ୍ୟବାଦ ଜଣାଇଛନ୍ତି।

ସମ୍ବନ୍ଧିତ ଖବର