ପିଜେ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍‌ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର: ପିଜେ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍‌ ଓ ‘ଆମ ଓଡ଼ିଶା’ ମିଳିତ ସହଯୋଗରେ ଆଜି ଏକ ରକ୍ତଦାନ ଶିବିର ସ୍ଥାନୀୟ କେଶୁରାସ୍ଥିତ ପିଜେ କଲେଜ ଅଫ୍ ମ୍ୟାନେଜମେଣ୍ଟ୍‌ ଓ ଟେକ୍ନୋଲୋଜି ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶିବିରକୁ ଅନୁଷ୍ଠାନର ଅଧ୍ୟକ୍ଷ ଡ. ଶିବ ପ୍ରସାଦ ମିଶ୍ର ଉଦ୍‌ଘାଟନ କରିଥିଲେ। ଅନୁଷ୍ଠାନର ପ୍ରଶାସନିକ ଅଧିକାରୀ ନିର୍ମଳ ଚନ୍ଦ୍ର ମଲ୍ଲିକ ଶିବିର ପରିଚାଳନା କରିଥିଲେ। ଅନୁଷ୍ଠାନର ସହକର୍ମୀ ତଥା ଛାତ୍ରଛାତ୍ରୀମାନଙ୍କ ସମେତ ମୋଟ ୨୪ ସ୍ବେଚ୍ଛା ରକ୍ତଦାତା ଏହି ଶିବିରରେ ରକ୍ତଦାନ କରିଥିଲେ। ମ୍ୟୁନିସିପାଲିଟି ରକ୍ତଭଣ୍ଡାର ଅଧିକାରୀ ଡା. ଜୟଦୀପ ଘୋଷ ରକ୍ତାଦାତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ‘ଆମ ଓଡ଼ିଶା’ର କର୍ମକର୍ତ୍ତାଙ୍କ ତତ୍ତ୍ବାବଧାନରେ ଶିବିରଟି ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନର ପ୍ରତିଷ୍ଠାତା ଅଧ୍ୟକ୍ଷ ପ୍ରତାପ ଚନ୍ଦ୍ର ଜେନା ସମସ୍ତ ରକ୍ତଦାତା, ସହଯୋଗୀ ତଥା ‘ଆମ ଓଡ଼ିଶା’କୁ ଶୁଭେଚ୍ଛା ଜଣାଇଥିଲେ।

ସମ୍ବନ୍ଧିତ ଖବର