ଭୁବନେଶ୍ୱର : ଲକ୍ଷ୍ମୀସାଗର ଥାନା ଅଧୀନ ବୈରାଗୀନଗର ଥିବା ଖୀର କମାଲ ପବ୍ଲିକେସନ୍ ପ୍ରିଣ୍ଟିଂ ପ୍ରେସରେ ଅଗ୍ନିକାଣ୍ଡ ଘଟିଛି। ଲକ୍ଷାଧିକ ଟଙ୍କା ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସଟ୍ ସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି।