ୟୁନିଟ୍‌-୮ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଭୁବନେଶ୍ବର: ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୮ର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ମେୟର ଅନନ୍ତ ନାରାୟଣ ଜେନା, କର୍ପୋରେଟର୍‌ ନିହାର ରଂଜନ ସାହୁ ଓ ପୂର୍ବତନ ପ୍ରଧାନ ଶିକ୍ଷକ ବିଥିକା ରାୟ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିବାକୁ ଉତ୍ସାହିତ କରିଥିଲେ। ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀ ବୃନ୍ଦାବନ ଶତପଥୀ ଏଥିରେ ସଭାପତିତ୍ବ କରିଥିଲେ। ପ୍ରଧାନ ଶିକ୍ଷକ‌ ‌ଶୈଳାଧି ରାଜତନୟା ଶତପଥୀ ସ୍ବାଗତ ଭାଷଣ ଦେବା ସହିତ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ସମ୍ବନ୍ଧିତ ଖବର