24 September 2017
10:42:08 AM
Sambad News
ରାଜ୍ୟ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ବଙ୍ଗୋପସାଗରରେ ଲଘୁଚାପ

By Sambad | Date: Aug 18 2017 3:49PM
ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗେପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗେପସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥି ଯୋଗୁ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ ହୋଇଛି। ଏହି ସମୟରେ ମଧ୍ୟରେ ଘଣ୍ଟା ପ୍ରତି ୬୦କିଲୋମିଟର ବେଗରେ ପବନ ବହିବ। ସମୁଦ୍ର ଅଶାନ୍ତ ରହିବାକୁ ଥିବା ବେଳେ, ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ନକରିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି। 

image