ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସର୍ବଦଳୀୟ ବୈଠକ: ନିର୍ବାଚନର ନୂଆ ନିୟମ ବାବଦରେ ରାଜନୈତିକ ଦଳଙ୍କୁ ଅବଗତ କଲେ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆଜି ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ । ଏହି ବୈଠକରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନେ ସାମିଲ ହୋଇଛନ୍ତି । ରାଜନୈତିକ ଦଳଗୁଡ଼ିକୁ ଚଳିତ ନିର୍ବାଚନ ଲାଗି ପ୍ରଣୀତ ନୂଆ ନିୟମ ବିଷୟରେ ଅବଗତ କରାଇଛନ୍ତି  ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର । ଏଥିହିତ ନିର୍ବାଚନରେ ଦଳଗୁଡ଼ିକର ଭୂମିକା କିଭଳି ରହିବ ତାହା ମଧ୍ୟ ଅବଗତ କରାଇଥିଲେ।

ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର କହିଛନ୍ତି କି, ଚଳିତ ନିର୍ବାଚନ ପାଇଁ ଅନେକ ନୂଆ ନିୟମ ଆସିଛି । ବର୍ଷେ ପରିବର୍ତ୍ତେ ପ୍ରାର୍ଥୀଙ୍କୁ ୫ ବର୍ଷର ଆୟକର ରିଟର୍ଣ୍ଣ ଦେବାକୁ ପଡିବ । ସେହିପରି ପାନ୍ ନମ୍ବର ଦେବାକୁ ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ପାନ ନମ୍ବର ନ ଥିଲେ ପାନ ଆବେଦନ କରିଥିବାର ସତ୍ୟପାଠ ଦେବାକୁ ପଡିବ ।

ପ୍ରାର୍ଥୀଙ୍କୁ  ନିଜ ଅପରାଧ ରେକର୍ଡ ସର୍ବସାଧାରଣଙ୍କୁ ବିଜ୍ଞାପନ ମାଧ୍ୟମରେ ଜଣାଇବାକୁ ହେବ । କାରଣ ଏଥର ସମସ୍ତ ପ୍ରାର୍ଥୀ ନିଜ ନାଁରେ ଥିବା ଅପରାଧିକ ମାମଲାର ତଥ୍ୟ ଦେବା ବାଧ୍ୟତାମୂଳକ ହୋଇଛି । ଟିଭି ଓ ଖବରକାଗଜରେ ୩ ଥର ବିଜ୍ଞାପନ ଦେବାକୁ ପଡିବ ବୋଲି ସର୍ବଦଳୀୟ ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର