ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ ଅବଦୁଲ୍ଲାଙ୍କୁ ଭେଟି ମହିଳାଙ୍କ ଲାଗି ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ନେଇ ମାଗିଲେ ସମର୍ଥନ ଲୋଡ଼ିଲେ ବିଜେଡି ସାଂସଦ ପିନାକୀ ମିଶ୍ର

ନୂଆଦିଲ୍ଲୀ : ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ପ୍ରସଙ୍ଗରେ ନ୍ୟାସନାଲ କନଫରେନ୍ସର ମୁଖ୍ୟ ତଥା ଜାମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁଦ ଅବଦୁଲ୍ଲାଙ୍କୁ ଦିଲ୍ଲୀରେ ଭେଟିଛନ୍ତି ବିଜେଡି ସାଂସଦ ପିନାକୀ ମିଶ୍ର । ଫାରୁକଙ୍କୁ ଭେଟି ଏ ଏହି ପ୍ରସଙ୍ଗରେ ତାଙ୍କର ସମର୍ଥନ ଲୋଡଛନ୍ତି ।  ଫାରୁକ ଅବଦୁଲ୍ଲା କହିଛନ୍ତି, ନବୀନ ପଟ୍ଟନାୟକଙ୍କ ଏହି ପଦକ୍ଷେପ ସ୍ୱାଗତଯୋଗ୍ୟ ।

ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ସପକ୍ଷରେ ରାଜ୍ୟ ବିଧାନସଭାରେ ସଂକଳ୍ପ ପାରିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ଏହାଛଡା ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଦଳୀୟ ପ୍ରମୁଖଙ୍କୁ ଭେଟିବାକୁ ବିଜେଡିର ବିଭିନ୍ନ ନେତାଙ୍କୁ ଦାୟିତ୍ୱ ବି ଦିଆଯାଇଛି ।

ସୂଚନାଯୋଗ୍ୟ ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ଏକତୃତୀୟାଂଶ ଆସନ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାର ଶୀତକାଳୀନ ଅଧିବେଶନରେ ସଂକଳ୍ପ ଆଣିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ସହଯୋଗ ଲୋଡ଼ିଥିଲେ । ବିଭିନ୍ନ ରାଜ୍ୟର ଓ କେନ୍ଦ୍ରଶାସିତ ଅଂଚଳ ଗୁଡ଼ିକର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଚିଠି ଲେଖି ସହଯୋଗ ଲୋଡ଼ିଥିଲେ ନବୀନ । ଏହାପରେ ସଂସଦରେ ଏହି ପ୍ରସ୍ତାବକୁ ସମର୍ଥନ ପାଇଁ ବିଜେଡି ପକ୍ଷରୁ ୭ଟି ଜାତୀୟ ଦଳ ଓ ୧୫ଟି ଆଞ୍ଚଳିକ ଦଳକୁ ଭେଟିବାର ନିଷ୍ପତ୍ତି ନିଆଯାଇଥିଲା ।

ସମ୍ବନ୍ଧିତ ଖବର