ଆୟୁବ ଖାଁଙ୍କୁ ବିଜେଡି ରାଜ୍ୟ ସାଧାରଣ ସଂପାଦକ ସହ କେନ୍ଦ୍ରାପଡ଼ା ଜିଲ୍ଲା ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର: ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ହାଜି ମହମ୍ମଦ ଆୟୁବ ଖାଁଙ୍କୁ ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସଂପାଦକ ସହ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି କଟକ ଜିଲ୍ଲା କାର୍ଯ୍ୟକାରୀ ସଭାପତି ପ୍ରଫୁଲ୍ଲ ସିଂହଙ୍କୁ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି ବୋଲି ରାଜ୍ୟ ସଂପାଦକ ବିଜୟ ନାୟକ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି।

ସମ୍ବନ୍ଧିତ ଖବର