ସେପ୍ଟେମ୍ବର ୨ରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଆଗାମୀ ସେପ୍ଟେଟର ୨ ତାରିଖରୁ ଆରମ୍ଭ ହେବ। ରାଜ୍ୟବ୍ୟାପୀ ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ବିଜେଡି ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛି। ଏହି କମିଟି ଦଳର ସଭ୍ୟ ସଂଗ୍ରହ ଅଭିଯାନ ଉପରେ ନଜର ରଖିବ। କମିଟିର ଦାୟିତ୍ୱ ୭ ଜଣଙ୍କୁ ଦିଆଯାଇଛି।

ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟିରେ ଆବାହକ ଭାବେ ଦଳର ଉପସଭାପତି ତଥା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ସଭ୍ୟ ଭାବେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା ପ୍ରମିଳା ମଲ୍ଲିକ, ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମା, ବିଧାୟକ ପ୍ରତାପ କେଶରୀ ଦେବ, ଡ. ପ୍ରଦୀପ ପାଣିଗ୍ରାହୀ ଓ ପ୍ରଣବ ପ୍ରକାଶ ଦାସ କାର୍ଯ୍ୟ କରିବେ।

ସମ୍ବନ୍ଧିତ ଖବର