ଭୁବନେଶ୍ୱର: ଆଗାମୀ ଲୋକସଭା ନିର୍ବାଚନ ଓ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଓଡ଼ିଶାରେ ଅଧିକାଂଶ ଆସନରେ ପ୍ରାର୍ଥୀ ଘୋଷଣା ହୋଇ ସାରିଥିବା ବେଳେ ବଳକା କିଛି ଆସନ ଗୁଡ଼ିକରେ ଏଯାଏଁ ପ୍ରାର୍ଥୀ ଘୋଷଣା ହୋଇ ନାହିଁ। ବାକି ଥିବା ପ୍ରାର୍ଥୀ ଗୁରୁବାର ଘୋଷଣା ହୋଇ ପରେ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ନିରଂଜନ ପଟ୍ଟନାୟକ ବୁଧବାର ସୂଚନା ଦେଇଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ପିସିସି ସଭାପତି ପଟ୍ଟନାୟକ ବୁଧବାର ଦିଲ୍ଲୀ ଗସ୍ତ ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ କହିଛନ୍ତି, ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ଗୁରୁବାର କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ବସିବ। ବୈଠକରେ ଆଲୋଚନା ପରେ ଓଡ଼ିଶାରେ ବାକି ଥିବା ଆସନ ଗୁଡ଼ିକ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ।