ଦିନକ ପରେ ବାରିପଦା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ୧୮ରେ କଟକ ଆସିବେ ଅମିତ ଶାହ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରି ୫ରେ ବାରିପଦା ଗସ୍ତରେ ଆସିବେ। ଏହି ଗସ୍ତରେ ମୋଦି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ। ବାରିପଦା ଠାରେ ମୋଦି ୪୫୦୦ କୋଟି ଟଙ୍କାର କେନ୍ଦ୍ରୀୟ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏଥିରେ ୪ ଲେନ୍‌ ବିଶିଷ୍ଟ ରାଜମାର୍ଗ, ଓଡ଼ିଶା ଦେଇ ଏଲପିଜି ପାଇପ୍‌ଲାଇନ୍‌ର ଲୋକାର୍ପଣ ସାମିଲ ରହିଛି। ସେହିପରି ରେଲଲାଇନ ଦୋହରୀକରଣ, ବାଲେଶ୍ୱରରେ ଲଜିଷ୍ଟିକ ହବ, ହରିପୁରରେ ଐତିହାସିକ ସ୍ଥଳର ସଂରକ୍ଷଣ ଆଦିର ଲୋକାର୍ପଣ କରିବେ। ବାରିପଦା ଗସ୍ତ ପରେ ପ୍ରଧାନମନ୍ତ୍ରୀ ମୋଦି ବଲାଙ୍ଗୀର ଗସ୍ତ କରିବାର ଅଛି।

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଗାମୀ ୧୮ ତାରିଖରେ କଟକ ଆସୁଛନ୍ତି। ଶାହ କଟକରେ ୪ଟି ସ୍ଥାନରେ ବୁଥସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହ ଗୁରୁବାର ଏହି ସୂଚନା ଦେଇଛନ୍ତି। ମାତ୍ର କଟକର କେଉଁ କେଉଁ ସ୍ଥାନରେ ଶାହଙ୍କ ପାଇଁ ସମ୍ମିଳନୀ ହେବ ତାହା ଏଯାଏଁ ଜଣାପଡ଼ି ନାହିଁ।

ସମ୍ବନ୍ଧିତ ଖବର