ଶରତ ଦେବ ସ୍ମାରକୀ ଫୁଟ୍‌ବଲ୍‌: ଫାଓ ବିଜେତା

ଆଳି: ଆଳି ଦୌଡ଼କୁଦ ସଂଘ ଆନୁକୂଲ୍ୟରେ ଆୟୋଜିତ ଦ୍ୱାଦଶ ଶରତ ଦେବ ସ୍ମାରକୀ ଫୁଟ୍‌ବଲ୍‌ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ କଟକ ଦଳ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ୟୁନାଇଟେଡ କ୍ଲବ୍‌କୁ ୧-୦ ଗୋଲରେ ପରାସ୍ତ କରି ଫାଓ ବିଜେତା ହୋଇଛି।

ଆୟୋଜକ ସଂଘର ସଭାପତି ତଥା ଆଳି ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ରାଜ୍ୟ କ୍ରୀଡାମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା ମୁଖ୍ୟ ଅତିଥି ଓ ରାଜ୍ୟସଭା ସାଂସଦ ପ୍ରତାପ କେଶରୀ ଦେବ ମୁଖ୍ୟବକ୍ତା ଭାବେ ଯୋଗଦେଇ ଟ୍ରଫି ଓ ପୁରସ୍କାର ପ୍ରଦାନ କରିଥିଲେ। ଉତ୍ସବରେ ସଂଘର ସଂପାଦକ ବିଜୟ ସେନାପତି ସଂପାଦକୀୟ ବିବରଣୀ ପାଠ, ରମେଶ ଚନ୍ଦ୍ର ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଉପସଭାପତି ଚିରଂଜୀବୀ ଦାସ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କୃଷ୍ଣଚନ୍ଦ୍ର ପଣ୍ଡାଙ୍କୁ ଏହି ଅବସରରେ ସମ୍ମାନିତ କରାଯାଇଥିଲା।

ସମ୍ବନ୍ଧିତ ଖବର