ତିତଲି ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୩ ଲକ୍ଷ ଲୋକ ସ୍ଥାନାନ୍ତରୀତ

ଭୁବନେଶ୍ୱର : ଅତି ଭୀଷଣ ସାମୁଦ୍ରିକ  ବାତ୍ୟା ତିତଲି ଓଡ଼ିଶା ଉପକୂଳ ଆଡକୁ ମାଡିଆସୁଛି । ଏହାକୁ ଦୃଷ୍ଟିରେ ରଖି ସରକାରୀ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ରିଲିଫ କମିଶନର ଅଫିସରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ  ଏହି ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ତରଫରୁ ବିଭିନ୍ନ ଉପକୂଳ ଜିଲ୍ଲାରେ ପ୍ରାୟ ୩ ଲକ୍ଷରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି ।  ଆସନ୍ତା ସକାଳ ୫ଟା ବେଳେ ଏହା ସ୍ଥଳଭାଗ ଛୁଇଁବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଜିରୋ କାଜୁଆଲିଟି ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ସେ କହିଛନ୍ତି ।

 

 

 

ସମ୍ବନ୍ଧିତ ଖବର