ପର୍ଯ୍ୟଟକ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୩ ମୃତ, ୧୦ ଗୁରୁତର

ସୋର : ବାଲେଶ୍ୱର ଜିଲ୍ଲା ଶେରଗଡ଼ ପେଟ୍ରୋଲ ପମ୍ପ ନିକଟରେ ପର୍ଯ୍ୟଟକ ଗାଡି ଦୁର୍ଘଟଣାରେ ୩ ଜଣ ମୃତ୍ୟୁବରଣ କରିଥିବା ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନାନୁସାରେ ପୁରୀ ବାଲିସାହି ଅଞ୍ଚଳରୁ ୨୫ ଜଣ ଯାତ୍ରୀଙ୍କୁ ନେଇ ଏକ ଟ୍ରାଭେରା ଦେବକୁଣ୍ଡ ଅଭିମୁଖେ ଯାଉଥିବା ବେଳେ ବାଲେଶ୍ୱର ଜିଲ୍ଲା ଶେରଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୧୩ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଥିଲା। ‌ହସ୍ପିଟାଲରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।  ଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାଭେରା ଗାଡିଟି ଶେରଗଡ଼ ପେଟ୍ରୋଲ ପମ୍ପ ନିକଟରେ ଏକ ଟ୍ରକକୁ ପଛପଟୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଖବର ପାଇଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି  ତଦନ୍ତ ଜାରି ରଖିଛି।

ସମ୍ବନ୍ଧିତ ଖବର