ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ: ବିଧାନସଭାରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ

ଭୁବନେଶ୍ବର: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ରାଜ୍ୟ ସରକାର ବଜେଟ୍‌ରେ ୧.୯୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ବିଭିନ୍ନ ବିଭାଗ ଦ୍ବାରା ପରବର୍ତ୍ତୀ ସମୟରେ ସ୍ବତନ୍ତ୍ର ବଜେଟ୍‌ ବ୍ୟବସ୍ଥା କରାଯିବ। ଆସନ୍ତା ବର୍ଷ ମହାତ୍ମା ଗାନ୍ଧୀଙ୍କ ସ୍ମୃତିରେ ରାଜ୍ୟ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ ରହିଛି। ବିଧାନସଭାରେ ବିଜେପି ସଭ୍ୟ ଦିଲ୍ଲୀପ ରାୟଙ୍କ ଏକ ପ୍ରଶ୍ନର ଉତ୍ତରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର