ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ : ୨୪୫ ବିଧାନସଭା ପ୍ରାର୍ଥୀ ଓ ୩୦ ଲୋକସଭା ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

ଭୁବନେଶ୍ବର : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ। ଆଜି ବିଧାନସଭା ଆସନ ପାଇଁ ୨୦୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମୋଟ ୨୪୫ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ଲୋକସଭା ଆସନ ପାଇଁ ୩୦ ଜଣ ପ୍ରାର୍ଥୀ ଶେଷତାରିଖ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରିଥିବା ମୁଖ୍ୟନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ଗତ ୧୮ ତାରିଖରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ େହାଇଥିଲା।

ସେହିପରି ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ୮୭ ଜଣ ପ୍ରାର୍ଥୀ ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ଲୋକସଭା ପାଇଁ ୧୭ ଜଣ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହାକୁ ମିଶାଇ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏ‌େବସୁଦ୍ଧା ୯୬ ଜଣ ବିଧାନସଭା ପ୍ରାର୍ଥୀ ଓ ୨୧ ଜଣ ଲୋକସଭା ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ସମ୍ବନ୍ଧିତ ଖବର