ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଗୁରୁତର

ଭଦ୍ରକ : ଶନିବାର ବିଳମ୍ବିତ ରାତିରେ ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରୀପୋଖରୀ ଦମକଳ କେନ୍ଦ୍ର ନିକଟରେ ସଡ଼କ ଦୁର୍ଘଟଣାରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତମାନେ ଗୋଟିଏ ପରିବାରର ସଦସ୍ୟ ଏବଂ ସେମାନେ ପଶ୍ଚିମବଙ୍ଗର ବୋଲି ଜଣାପଡିଛି। ସେମାନେ ପୁରୀରୁ ଜଗନ୍ନାଥ ଦର୍ଶନ ସାରି ଫେରୁଥିବା ବେଳେ ଭଦ୍ରକଠାରେ ଏକ ଆଳୁ ବୋଝେଇ ଟ୍ରକ ସେମାନଙ୍କ କାରକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।

ସମ୍ବନ୍ଧିତ ଖବର