ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ

ଭୁବନେଶ୍ବର: ଆଜି ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ ଭୁବନେଶ୍ବରରେ ଥିବା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଅଚାନକ ପହଞ୍ଚିଥିଲେ । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ପହଞ୍ଚି ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ଯାଞ୍ଚ କରିବା ସହ ଛାତ୍ରାବାସ ବୁଲି ଦେଖିଥିଲେ।

ଏହି ଅବସରରେ ସେ କୃଷି ମହାବିଦ୍ୟାଳୟ ସମେତ ବେସିକ ସାଇନ୍ସ କଲେଜ, ବନ ମହାବିଦ୍ୟାଳୟ ବୁଲି ଦେଖିଥିଲେ। ଫାଇଭ-ଟି ସଚିବ ଛାତ୍ରଛାତ୍ରୀମାନଙ୍କ ପାଇଁ ଅଧିକ ଛାତ୍ରାବାସ ନିର୍ମାଣ ଓ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ପ୍ରତିଷ୍ଠା ଉପରେ ଗୁରୁତ୍ୱ ଦେଇଥିଲେ। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ବଜାୟ ରଖିବାକୁ ବି ପରାମର୍ଶ ଦେଇଥିଲେ ଫାଇଭ-ଟି ସଚିବ ।

ଭି.କେ. ପାଣ୍ଡିଆନଙ୍କ ଗସ୍ତ ସମୟରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର୍ ପବନ କୁମାର ଅଗ୍ରୱାଲ ଓ ବେସିକ୍ ସାଇନ୍ସ କଲେଜ ନିର୍ଦେଶକ ବିକାଶ ଚନ୍ଦ୍ର ପଣ୍ଡାଙ୍କ ସମେତ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର