ଆଜି ରାଜ୍ୟରେ ୭୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୫୯୩ରେ ପହଂଚିଛି | ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୧୬ ଜଣ ରହିଥିବାବେଳେ ଖୋର୍ଦ୍ଧା ଓ ନୂଆପଡ଼ାରୁ ୧୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ସେହିପରି ବାଲେଶ୍ୱରରୁ ୨ ଜଣ, କଟକରୁ ୧୧ ଜଣ, ନୟାଗଡ଼ରୁ ୨ ଜଣ, ଜଗତସିଂହପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ମୟୁରଭଞ୍ଜରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି |

ଏମାନଙ୍କ ମଧ୍ୟରୁ ୭୪ ଜଣ କ୍ଵାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୨ ଜଣ ସ୍ଥାନୀୟ ଅଧିବାସୀ ବୋଲି ଜଣାପଡିଛି | ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସମୁଦାୟ ୧୫୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୫୩ଟି ସକ୍ରିୟ ମାମଲା ରହିଛି | ସେହିପରି ୭୩୩ ଜଣ ସୁସ୍ଥ ହୋଇଥିବାବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି |

ଏଠାରେ ସୂଚନା ଥାଉ କି ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୩୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏହା ପଛକୁ ଯାଜପୁର ରହିଛି | ଏଠାରେ ୨୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୩୯ଟି କରୋନା ପଜିଟିଭ ସହ ତୃତୀୟରେ ବାଲେଶ୍ୱର ଜିଲ୍ଲା ରହିଛି |

ସମ୍ବନ୍ଧିତ ଖବର