ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରବଳ ଓ ୯ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ହେତୁ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଫଳରେ ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରବଳ ଓ ୯ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ ବୋଲି ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସୂଚନାଯୋଗ୍ୟ, ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ ରହିିଛି। ସେହିପରି ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେଓଗଡ଼, ଢ଼େଙ୍କାନାଳ, ଅନୁଗୁଳ, ପୁରୀ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ବର୍ଷା ସମୟରେ ବିଜୁଳି ଓ ଘଡ଼ଘଡ଼ି ମାରିବାର ବି ଆଶଙ୍କା ରହିଛି। ତେଣୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର