୧୬୬ ପଞ୍ଚାୟତ ପାଇଁ ୧୨୮୭ ପ୍ରକଳ୍ପ ମଞ୍ଜୁର

ଭୁବନେଶ୍ୱର : ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭ଟି ଜିଲ୍ଲାର ୯ଟି ବ୍ଲକ୍‌ର ୧୬୬ ପଞ୍ଚାୟତ ପାଇଁ ୧୨୮୭ଟି ପ୍ରକଳ୍ପ ମଞ୍ଜୁର କରିଛନ୍ତି। ଏହି ବ୍ଲକ୍‌ଗୁଡ଼ିକ ହେଲା କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା, ବରଗଡ଼ ଜିଲ୍ଲାର ଗାଇସିଲଟ ଓ ପଦମ୍ପୁର, ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଓ କପ୍ତିପଦା, ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲ, କେରାପୁଟ ଜିଳ୍ଲାର ନାରାୟଣପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ ଓ ଗଜପତି ଜିଳ୍ଲାର ଆର୍‌ ଉଦୟଗିରି ବ୍ଲକ୍‌। ମୋଟ୍‌ ପ୍ରକଳ୍ପର ମୂଲ୍ୟ ରହିଛି ୩୩.୭୧ କୋଟି ଟଙ୍କା। ସଚିବାଳୟରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଗ୍ରାମବାସୀଙ୍କ ସହ ଆଲୋଚନା ମାଧ୍ୟମରେ ଏହି ପ୍ରକଳ୍ପ ମଞ୍ଜୁର ହୋଇଛି। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପରିଷଦର ସଦସ୍ୟ, ସାଂସଦ, ବିଧାୟକ, ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ପଞ୍ଚାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଆଜିର କାର୍ଯ୍ୟକ୍ରମକୁ ମିଶାଇ ମୁଖ୍ୟମନ୍ତ୍ରୀ ରାଜ୍ୟର ୧୯୩ଟି ବ୍ଲକ୍‌ର ୪୨୨୦ଟି ଗ୍ରାମ ପଞ୍ଚାୟତ ସହିତ ଆଲୋଚନା ମାଧ୍ୟମରେ ପ୍ରକଳ୍ପ ମଞ୍ଜୁର କରିଛନ୍ତି। ଏ ପର୍ଯ୍ୟନ୍ତ ୩୮୬୧୮ଟି ପ୍ରକଳ୍ପ ପାଇଁ ୯୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ସମ୍ବନ୍ଧିତ ଖବର